Odisha news

କନ୍ଧମାଳ ଜିଲ୍ଲା ଗସ୍ତରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ

0

 ଶହୀଦ ସୁନାଶିର ମହାନ୍ତି, ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପରିବାରକୁ ଭେଟି ଆଲୋଚନା କରିବା ସହ କଳସରେ ମାଟି ସଂଗ୍ରହ କଲେ ରାଜ୍ୟ ସଭାପତି
 କାର୍ଯ୍ୟକର୍ତା ବୈଠକରେ ଯୋଗ ଦେଇ ଦଳୀୟ କାର୍ଯ୍ୟ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ଓ ସମୀକ୍ଷା କଲେ ରାଜ୍ୟ ସଭାପତି

କନ୍ଧମାଳ/ଭୁବନେଶ୍ୱର, ତା.୦୫/୧୦: ରାଷ୍ଟ୍ର ପାଇଁ ବଳିଦାନ ଦେଇଥିବା ଅମର ‘ବୀର’ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦେ୍ଦଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ଦେଇଥିବା ଆହ୍ୱାନ କ୍ରମେ ଆଜି ଆୟୋଜିତ “ମୋ ମାଟି ମୋ ଦେଶ” ଅଭିଯାନରେ ରାଜ୍ୟ ସଭାପତି ମନମୋହନ ସାମଲ ସାମିଲ ହୋଇଛନ୍ତି । ଦେଶର ଏକତା, ଅଖଣ୍ଡତା ପାଇଁ ଯବାନମାନେ ଲଢ଼ି ପ୍ରାଣବଳି ଦେଇ ସହିଦଙ୍କ ସ୍ମୃତି ରକ୍ଷା ପାଇଁ ପ୍ରଧାନମନ୍ତ୍ରୀ ମୋଦିଜୀ ଆହ୍ୱାନ ଦେଇଛନ୍ତି । ସ୍ୱାଧୀନତାର ଶତାବ୍ଦୀ ପୂର୍ତି ଅବସରରେ ୨୦୪୭ ମସିହାରେ ଭାରତବର୍ଷକୁ ବିଶ୍ୱ ଗୁରୁ ଭାବେ ପରିଣତ କରିବା ପାଇଁ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନକୁ ସଫଳ କରିବା ପାଇଁ ସୁବର୍ଣ୍ଣ ସୁଯୋଗ ଆସିଛି । ଦେଶର ଅଖଣ୍ଡତା ପାଇଁ ଯେଉଁ ଯବାନମାନେ ଲଢ଼ୁଛନ୍ତି ସେମାନଙ୍କ ସ୍ମୃତି ରକ୍ଷା ପାଇଁ ମୋଦିଜୀ ଆହ୍ୱାନ କ୍ରମେ ଆଜି ଯବାନମାନଙ୍କ ସ୍ମୃତି ପାଇଁ “ମାଟି ସଂଗ୍ରହ” କରିଛନ୍ତି । ଏହି ମାଟି ଦିଲ୍ଳୀ ଯିବ, ସେଠାରେ ସହିଦଙ୍କ ପାଇଁ ଏହା ଏକ ବଡ ସ୍ମାରକୀ ହେବ । ଏହି ସ୍ମାରକୀ ଦେଶମାତୃକା ପାଇଁ ସର୍ବୋଚ୍ଚ ବଳିଦାନ କରିଥିବା ବୀର ଯବାନମାନଙ୍କ ପାଇଁ ଶେଷ୍ଠ ଶ୍ରଦ୍ଧାଞ୍ଜଳୀ ହେବ ବୋଲି ଶ୍ରୀ ସାମଲ କହିଛନ୍ତି ।
ଆଜି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କୁ ନୟାଗଡ ଜିଲ୍ଲା ଦଶପଲ୍ଲା ନିର୍ବାଚନ ମଣ୍ଡଳୀ, କନ୍ଧମାଳ ଜିଲ୍ଲା ଖଜୁରୀପଡା, ଦୁକ୍ତିମେଣ୍ଢୀ, ଫୁଲବାଣୀ, ଟିକାବାଲି ଠାରେ ସ୍ୱାଗତ କରାଯାଇଥିଲା । ଏହାପରେ ଶ୍ରୀ ସାମଲ ଶହୀଦ ସୁନାଶିର ମହାନ୍ତିଙ୍କ ପରିବାରକୁ ଭେଟି ଆଲୋଚନା କରିବା ସହ କଳସରେ ମାଟି ସଂଗ୍ରହ କରିଥିଲେ ଓ ରାଇକିଆ ବ୍ଲକ ବିଅରିପାଙ୍ଗା ଗାଁ ଶହୀଦ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପ୍ରତିମୂର୍ତିରେ ପୁଷ୍ପମାଲ୍ୟ ଦେଇ ତାଙ୍କ ପରିବାରଠାରୁ ମାଟି ସଂଗ୍ରହ କରିଛନ୍ତି । ଏହାପରେ ଫୁଲବାଣୀରେ ମଟୋର ସାଇକେଲ ରାଲି କରାଯାଇଥିଲା । ଫୁଲବାଣୀରେ ଅନୁଷ୍ଠିତ କାର୍ଯ୍ୟକର୍ତା ବୈଠକରେ ଯୋଗ ଦେଇ ଦଳୀୟ କାର୍ଯ୍ୟ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ଓ ସମୀକ୍ଷା କରିଥିଲେ ଶ୍ରୀ ସାମଲ ।
ରାଷ୍ଟ୍ର ପାଇଁ ସର୍ବୋଚ୍ଚ ବଳିଦାନ ଦେଇଥିବା ଅମର ‘ଯବାନ’ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବା ଉଦେ୍ଦଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଇଥିବା ଆହ୍ୱାନକ୍ରମେ ଦେଶବ୍ୟାପୀ ‘ମୋ ମାଟି, ମୋ ଦେଶ” କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ‘ମାଟିକୁ ପ୍ରଣାମ ଓ ବୀରଙ୍କୁ ବନ୍ଦନା’ ଏହି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ । ଦେଶର ପ୍ରତି ଗାଁ, ପଂଚାୟତ, ବ୍ଲକ, ସହର, ନଗର, ପୌରପାଳିକା ଅଂଚଳରେ ବୀର ସ୍ୱାଧୀନତା ସଂଗ୍ରାମୀ ଓ ଯବାନଙ୍କ ବଳିଦାନ ସ୍ମୃତିରେ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଛି ।
ଏହି ଅବସରରେ ଜିଲ୍ଲା ସଭାପତି ଜଗନ୍ନାଥ ସାହୁ, ରାଜ୍ୟ ସମ୍ପାଦକ ସରୋଜ କର, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସୁକାନ୍ତ ପାଣିଗ୍ରାହୀ, ପୂର୍ବତନ ଜିଲ୍ଲା ସଭାପତି ଲିଙ୍ଗରାଜ ଦଳବେହେରା, ବନ ମହାନ୍ତି ପ୍ରମୁଖଙ୍କ ସମେତ ଜିଲ୍ଲାର ପ୍ରମୁଖ ନେତୃବୃନ୍ଦ ଓ ଶତାଧିକ କାର୍ଯ୍ୟକର୍ତା ସାମିଲ ହୋଇଥିଲେ ।

 

Leave A Reply