ଭୁବନେଶ୍ୱର, ତା.୧୧/୦୨: ବିଶିଷ୍ଟ ପ୍ରଶାସକ, ସାହିତ୍ୟିକ, କବି, ପ୍ରାବନ୍ଧିକ, ଗାଳ୍ପିକ, ଦୈନିକ ଖବରକାଗଜର ସଂପାଦକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସାତକଡି ହୋତାଙ୍କ ବିୟୋଗରେ ରାଜ୍ୟ ବିଜେପି ତରଫରୁ ଗଭୀର ଶୋକ ବ୍ୟକ୍ତ କରାଯାଇଛି । ସ୍ୱର୍ଗତଃ ହୋତାଙ୍କ ବିୟୋଗ ଓଡିଆ ସାହିତ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ବୋଲି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଶୋକ ବ୍ୟକ୍ତ କରିଛନ୍ତି ।
ସ୍ୱର୍ଗତଃ ହୋତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ଶୋକସନ୍ତପ୍ତ ପରିବାରବର୍ଗ ଏବଂ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ଓ ବିରୋଧୀ ଦଳ ନେତା ଶ୍ରୀ ମିଶ୍ର ପ୍ରାର୍ଥନା କରିଛନ୍ତି ।