Odisha news

ସ୍ୱାଧୀନ ପ୍ରାର୍ଥୀ ସଂଶାଙ୍କ ଶେଖର ମହାପାତ୍ର ବିଜେପିରେ ସାମିଲ ହେଲେ

0

ଭୁବନେଶ୍ୱର, ତା.୨୧/୦୫: ଆଜି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଚିଲିକା ବିଧାନସଭା ମଣ୍ଡଳୀର ୨୦୧୯ର ବିଧାୟକ ସ୍ୱାଧୀନ ପ୍ରାର୍ଥୀ ଶ୍ରୀ ସଂଶାଙ୍କ ଶେଖର ମହାପାତ୍ର ଆନୁଷ୍ଠାନିକଭାବେ ବିଜେପିରେ ଯୋଗ ଦେଇଛନ୍ତି । ଶ୍ରୀ ମହାପାତ୍ର କହିଛନ୍ତି ଯେ, ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନୀତି, ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଲି ।
ରାଜ୍ୟ ମୁଖପାତ୍ର ତପନ ଚାନ୍ଦ, ରାଜ୍ୟ ଗଣମାଧ୍ୟମ ମୁଖ୍ୟ ସୁଜିତ୍ କୁମାର ଦାସ, ରାଜ୍ୟ ପ୍ରବକ୍ତା ହିତେଶ ମହାପାତ୍ର ଉତରୀୟ ପିନ୍ଧାଇ ନୂତନ କାର୍ଯ୍ୟକର୍ତାଙ୍କୁ ସ୍ୱାଗତ ଜଣାଇଥିଲେ । ପାର୍ଟିରେ ସାମିଲ ହୋଇଥିବା ନୂତନ ସଦସ୍ୟଙ୍କୁ ୮୯୮୦୮୦୮୦୮୦ ନମ୍ବରରେ ଡାୟାଲ କରାଇ ଶ୍ରୀ ଚାନ୍ଦ ସଦସ୍ୟତା କରାଇଥିଲେ ।

 

Leave A Reply