Odisha news

ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ଗ୍ରହଣ କଲେ

ମୋହନ ମାଝୀଙ୍କ ମନ୍ତ୍ରୀମଣ୍ଡଳରେ ୮ ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କଲେ

0

ଭୁବନେଶ୍ବର: ଓଡ଼ିଶାରେ ଆଜି(୨୦୨୪ ଜୁନ୍‌ ୧୨)ଠାରୁ ବିଜେପି ସରକାର ଆରମ୍ଭ ହୋଇଛି। ସ୍ଥାନୀୟ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦୁଝର ବିଧାନସଭା ଆସନରୁ ୪ ଥର ନିର୍ବାଚିତ ମୋହନ ଚରଣ ମାଝୀ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ପରେ ଦୁଇ ଜଣ ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ ରାଜ୍ୟପାଳ ରଘୁବର ଦାସଙ୍କ ଠାରୁ ଶ୍ରୀ ମାଝୀ, ଶ୍ରୀ ସିଂହଦେଓ ଓ ଶ୍ରୀମତୀ ପରିଡ଼ା ପଦ ଓ ଗୋପନୀୟତାର ସହିତ ଶପଥ ଗ୍ରହଣ କରିଛନ୍ତି।

ସେହିପରି ମୋହନ ମାଝୀଙ୍କର ୮ ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ଏମାନେ ହେଲେ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ବିଭୂତି ଜେନା, ଡ. କୃ‌ଷ୍ଣଚନ୍ଦ୍ର ମହାପାତ୍ର, ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ବାଇଁ।

ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ଜଗତ ପ୍ରକାଶ ନଡ୍ଡା, ନିତିନ ଗଡ଼କରୀ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ବିନୀ ବୈଷ୍ଣବ, ଓଡ଼ିଶାରୁ ନବନିର୍ବାଚିତ ସାଂସଦ ଏବଂ ବିଧାୟକ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ,  ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାୟ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

Ad2
Leave A Reply