Odisha news

ବିଜେପିରେ ଯୋଗ ଦେଲେ ଖରିଆର ରୋଡ ବିଜେଡି ଛାତ୍ର ସଭାପତି ମନିଶ ଦେବାଙ୍ଗନ

ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଲେ ବରିଷ୍ଠ ନେତୃବୃନ୍ଦ

0
ନୂଆପଡା / ଭୁବନେଶ୍ୱର, ତା.୩୧/୧୦: ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ କରିବା ପାଇଁ ବିଜେପିରେ ନୂତନ କାର୍ଯ୍ୟକର୍ତାଙ୍କ ଯୋଗଦାନ ବଢ଼ିବାରେ ଲାଗିଛି । ନୂଆପଡା ଉପନିର୍ବାଚନରେ ଏହା ସ୍ପଷ୍ଟ ପରିଲକ୍ଷିତ ହେଉଛି । ଆଜି ନୂଆପଡା ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ଖରିଆର ରୋଡ ଛାତ୍ର ବିଜେଡ଼ି ସଭାପତି ଶ୍ରୀ ମନୀଷ ଦେବାଙ୍ଗନ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି ।
ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସରକାର ଉପରେ ନୂଆପଡାବାସୀ ପୂର୍ଣ୍ଣ ଆସ୍ଥା ପ୍ରକଟ କରିଛନ୍ତି । ନୂଆପଡା ଜିଲ୍ଲା ପ୍ରତି ଭଲ ପାଇବା ଓ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି । ରାଜ୍ୟରେ ବିଜେପିର ଡବଲ ଇଂଜିନ ସରକାର କାରଣରୁ ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ସମ୍ଭବ ହୋଇପାରିବ । ନିର୍ବାଚନମଣ୍ଡଳୀ ବାହାରୁ ପ୍ରାର୍ଥୀ ଆଣି ବିଜେଡି ସ୍ଥାନୀୟ କର୍ମକର୍ତ୍ତାଙ୍କୁ ଅଣଦେଖା କରିଛି । ନିଜ ସ୍ବାର୍ଥ ପାଇଁ ନୁହେଁ, ନୂଆପଡାର ସ୍ବାର୍ଥ ପାଇଁ  ସେବା କାର୍ଯ୍ୟ ଜାରି ରଖିବି ବୋଲି ଶ୍ରୀ ଦେବାଙ୍ଗନ କହିଛନ୍ତି ।
ଏହି ଅବସରରେ ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସାଧାରଣ ସମ୍ପାଦକ ବିରଂଚି ନାରାୟଣ ତ୍ରିପାଠୀ, ବିଧାୟକ ନିହାର ରଞ୍ଜନ ମହାନନ୍ଦ ପ୍ରମୁଖ ଉପସ୍ଥିତ ରହି ଶ୍ରୀ ଦେବାଙ୍ଗନଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଛନ୍ତି ।
Leave A Reply