Odisha news

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଗଭୀର ଶୋକ

0

ଭୁବନେଶ୍ୱର,ତା.୦୬/୦୭: ପୂର୍ବତନ ମନ୍ତ୍ରୀ, ବରିଷ୍ଠ ନେତା ତଥା ତିର୍ତୋଲ ବିଧାୟକ ବିଷ୍ଣୁଚରଣ ଦାସଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଗଭୀର ଶୋକ ପ୍ରକାଶ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି ।
ସ୍ୱର୍ଗତଃ ଦାସ ଜଣେ ଦକ୍ଷ ସଙ୍ଗଠକ ଏବଂ ଲୋକପ୍ରିୟ ଜନନେତା ଭାବେ ବେଶ ଜଣାଶୁଣା ଥିଲେ ।

ସବୁ ସମୟରେ ସେ ଲୋକଙ୍କ ସୁଖ ଦୁଃଖରେ ସାମିଲ ହେଉଥିଲେ । ନିଜ ବିଧାନସଭାର ପ୍ରତିଟି ବ୍ୟକ୍ତି ପାଇଁ ସେ ପୂରା ସମର୍ପିତ ଥିଲେ । ସମାଜର ବିଭିନ୍ନ କ୍ଷେତ୍ରରେ ତାଙ୍କର ଅବଦାନ ଅତୁଳନୀୟ । ତାଙ୍କ ବିୟୋଗ ଓଡିଶା ରାଜନୀତିରେ ଏକ ଅପୂରଣୀୟ କ୍ଷତି । ମୃତୁ୍ୟ ବେଳକୁ ତାଙ୍କୁ ୬୬ ବର୍ଷ ବୟସ ହୋଇଥିଲା । ସ୍ୱର୍ଗତଃ ଦାସଙ୍କ ବିୟୋଗରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ଅତ୍ୟନ୍ତ ମର୍ମାହତ ବୋଲି କହିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Nalco

Leave A Reply