Odisha news

ଆସନ୍ତାକାଲି ଦୁଇ ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ

0

ନାଗରିକତା ସଂଶୋଧନ ଆଇନ ସଂପର୍କରେ ଜନଜାଗରଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,ତା.୦୯/୦୧: ଆସନ୍ତକାଲି ଦୁଇ ଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି କେନ୍ଦ୍ର ମତ୍ସ୍ୟ ,ପଶୁସଂପଦ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ଶ୍ରୀ ଗିରିରାଜ ସିଂହ । କେନ୍ଦ୍ରମନ୍ତ୍ରୀ ଶ୍ରୀ ସିଂହ ଆସନ୍ତାକାଲି ଅପରାହ୍ନ ୧ ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ । ଶ୍ରୀ ସିଂହ ଭୁବନେଶ୍ୱ୍ୱର ଠାରେ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବା ପରେ ରାତି ୯ ଟାରେ ଟ୍ରେନ ଯୋଗେ ସମ୍ବଲପୁର ଗସ୍ତ କରିବେ । ଜାନୁଆରୀ ୧୧ ତାରିଖ ଶନିବାର ଦିନ ୧୦ଟା ସମୟରେ ଶ୍ରୀ ସିଂହ ସମ୍ବଲପୁରଠାରେ ଏକ ବିରାଟ ସାଧାରଣ ସଭାରେ ଯୋଗ ଦେଇ ନାଗରିକତା ସଂଶୋଧନ ଆଇନ ସଂପର୍କରେ ଏକ ଜନ ଜାଗରଣ କାର୍ଯ୍ୟକ୍ରମକୁ ସମ୍ଭୋଧିତ କରିବେ ବୋଲି ବିଜେପି ରାଜ୍ୟ ସଂପାଦକ କାଳନ୍ଦୀ ସାମଲ ସୂଚନା ଦେଇଛନ୍ତି ।
ନାଗରିକତା ସଂଶୋଧନ ଆଇନ ଦ୍ୱାରା କୌଣସି ଭାରତୀୟଙ୍କର ଅଧିକାର କ୍ଷୁଣ୍ଣ ହେବନି । ବରଂ ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ରୂପେ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟାଲଘୁ ବର୍ଗର ଶରଣାର୍ଥୀ ମାନଙ୍କୁ ନାଗରିକତା ପ୍ରଦାନ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି । ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଏହି ଆଇନ ବିରୁଦ୍ଧରେ କୁପ୍ରଚାର କରି ଦେଶର ଜନତାଙ୍କୁ ବିଭ୍ରାନ୍ତ କରୁଛନ୍ତି ଶ୍ରୀ ସାମଲ କହିଛନ୍ତି ।

Leave A Reply