ଭୁବନେଶ୍ୱର,ତା.୨୦/୦୧: ଆଜି ବିଜେପିର ନୂତନ ରାଷ୍ଟ୍ରୀୟ ସଭାପତି ଜଗତ୍ ପ୍ରକାଶ ନଡ୍ଡା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଶ୍ରୀ ରାଧାମୋହନ ସିଂହ ନବନିର୍ବାଚିତ ରଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ନାଁ ଘୋଷଣା କରିଥିଲେ । ଏହି ପରିପ୍ରେକ୍ଷୀରେ ରାଜ୍ୟ ବିଜେପି ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ସମସ୍ତ ବିଜେପି କାର୍ଯ୍ୟକର୍ତା ଏବଂ ରାଜ୍ୟବାସୀଙ୍କ ତରଫରୁ ନବନିର୍ବାଚିତ ରାଷ୍ଟ୍ରୀୟ ସଭାପତି ଶ୍ରୀ ନଡ୍ଡାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଶ୍ରୀ ନଡ୍ଡା ଜଣେ ଅଭିଜ୍ଞ ରାଜନୈତିକ ଏବଂ ଜଣେ ସୁସଙ୍ଗଠକ । ଶ୍ରୀ ନଡ୍ଡାଙ୍କ ନିଦେ୍ର୍ଦଶ କ୍ରମେ ଆଗାମୀ ଦିନରେ ନୂତନ ଓଡିଶା ଗଠନ ହେବା ସହ ତୃଣମୂଳସ୍ତରର ସଙ୍ଗଠନକୁ ଆହୁରି ମଜଭୁତ କରାଯିବ ବୋଲି ରାଜ୍ୟ ସଭାପତି ଶ୍ରୀ ମହାନ୍ତି କହିଛନ୍ତି ।
ରାଷ୍ଟ୍ରୀୟ ସଭାପତି ଶ୍ରୀ ଜଗତ ପ୍ରକାଶ ନଡ୍ଡାଙ୍କ ନାଁକୁ ସମର୍ଥନ ଜଣାଇ ରାଜ୍ୟ ବିଜେପି ପକ୍ଷରୁ ଏକ ପ୍ରସ୍ତାବ ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଶ୍ରୀ ରାଧା ମୋହନ ସିଂହଙ୍କୁ ପ୍ରଦାନ କରାଯାଇଥିଲା । ଏହି ଅବସରରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ସଂପାଦକ ଓ ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ସଙ୍ଗୀତା ସିଂହଦେଓ, ପୂର୍ବତନ ବିଧାୟକ ଦଳ ନେତା କେ.ଭି ସିଂହଦେଓ, ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ, ସାଧାରଣ ସଂପାଦକ ଓ ରାଜ୍ୟ ନିର୍ବାଚନ ଅଧିକାରୀ ରଂଜନ ପଟେଲ, ଅନନ୍ତ ନାୟକ, ପୃଥ୍ୱୀରାଜ ହରିଚନ୍ଦନ, ରାଜ୍ୟ ସଂପାଦକ (ସଙ୍ଗଠନ) ମାନସ ମହାନ୍ତି, ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପସଭାପତି ଠାକୁର ରଂଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
Next Post