ଭୁବନେଶ୍ୱର,ତା.୧୦/୦୮: ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ ପ୍ରକାଶ ନଡ୍ଡାଜୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହେବା ସହ ଶାସକ ବିଜୁ ଜନତା ଦଳ ସରକାରଙ୍କ ଅପାରଗତା ଓ ନିଷ୍କ୍ରିୟତା ଏବଂ ବ୍ଲକ ସ୍ତରରେ ବ୍ୟାପକ ଦୁର୍ନୀତି କାରଣରୁ ସୁନ୍ଦରଗଡ ଜିଲ୍ଲା ସଦର ବ୍ଲକ୍ ଅଧ୍ୟକ୍ଷା ତଥା ବିଜେଡି ନେତ୍ରୀ ସୁଶ୍ରୀ ରୁକ୍ମିଣୀ ନାଏକ, ସମିତି ସଭ୍ୟ ମନୋରଞ୍ଜନ ପଟେଲ, ରାକେଶ ମେହେର, ଗଜାଧର କୁମାର ଆଜି ଆନୁଷ୍ଠାନିକ ଭାବେ ଭାରତୀୟ ଜନତା ପାର୍ଟୀରେ ଯୋଗ ଦେଇଛନ୍ତି । ସେହିପରି ସମ୍ବଲପୁର ଜିଲ୍ଲା କୁଚିଣ୍ଡା କଲେଜର ପୂର୍ବତନ ଛାତ୍ର ସଂସଦ ସଭାପତି ତଥା ଯୁବ କଂଗ୍ରେସ ସଭାପତି ଚିତ ରଞ୍ଜନ ଭୋଇ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।
ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ମିଶ୍ରଣ ପର୍ବରେ ସୁନ୍ଦରଗଡ ଜିଲ୍ଲା ସଭାପତି ଓ ତଲସରା ବିଧାୟକ ଶ୍ରୀ ଭବାନୀ ଶଙ୍କର ଭୋଇ, ବିଧାୟିକା ଶ୍ରୀମତୀ କୁସୁମ ଟେଟେ, ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ରବି ନାଏକ, ସାଧାରଣ ସମ୍ପାଦକ ଟଙ୍କଧର ତ୍ରିପାଠୀ, ରାଜ୍ୟକାର୍ଯ୍ୟକାରିଣୀ ସଦସ୍ୟ ତଥା ବରିଷ୍ଠ ନେତା ରଞ୍ଜନ ପଟେଲ, ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାସିସ୍ ଆଚାର୍ଯ୍ୟ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଶ୍ରୀ ଦିଲ୍ଲୀପ ମଲ୍ଲିକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅଜୟ ପଟେଲ, କୃଷକ ମୋର୍ଚ୍ଚା ରାଜ୍ୟ ସମ୍ପାଦକ ଉପାଧ୍ୟାୟ ପାଣିଗ୍ରାହୀ, ସୁନ୍ଦରଗଡ ଜିଲ୍ଲା ସାଧାରଣ ସମ୍ପାଦକ ଶ୍ରୀ ଯଶୋବନ୍ତ ନାଏକ ଓ ଶ୍ରୀ ସୁଖଲାଲ ମୁଣ୍ଡା, ସମ୍ବଲପୁର ଜିଲ୍ଲା ସାଧାରଣ ସଂପାଦକ ସୁଶୀଲ କର ଏବଂ ପ୍ରମୁଖ ଉପସ୍ଥିତ ଥିଲେ ।
Comments are closed.