Odisha news

ଭାରତରତ୍ନ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ୪ର୍ଥ ବାର୍ଷିକ ପୂଣ୍ୟତିଥିରେ ଗଭୀର ଶ୍ରଦ୍ଧାଞ୍ଜଳୀ ଜଣାଇଲା ରାଜ୍ୟ ବିଜେପି ଓଡିଶାବାସୀଙ୍କ ପ୍ରତି ଅଟଳଜୀଙ୍କ ସ୍ନେହ ଓ ଶ୍ରଦ୍ଧା ସର୍ବଦା ଚିରସ୍ମରଣୀୟ: ସମୀର ମହାନ୍ତି

0

 ଏମ୍ସ ମେଡିକାଲ ପରିସରସ୍ଥିତ ସ୍ୱର୍ଗତଃ ବାଜପେୟିଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳୀ
 ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ନେତୃବୃନ୍ଦ ଓ କାର୍ଯ୍ୟକର୍ତା

ଭୁବନେଶ୍ୱର,ତା.୧୬/୦୮: ମହାନ୍ ରାଷ୍ଟ୍ରପୁରୁଷ, ଦୂରଦ୍ରଷ୍ଟା, ଭାରତରତ୍ନ ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଆଜି ୪ର୍ଥ ବାର୍ଷିକ ପୂଣ୍ୟତିଥିରେ ରାଜ୍ୟ ବିଜେପି ନେତୃବୃନ୍ଦ ଓ କାର୍ଯ୍ୟକତାଙ୍କ ସମେତ ସାରା ଓଡିଶାବାସୀ ଗଭୀର ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଆଜି ଭୁବନେଶ୍ୱରଠାରେ ଏମ୍ସ ମେଡିକାଲ ପରିସରସ୍ଥିତ ସ୍ୱର୍ଗତଃ ବାଜପେୟିଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି । ସେହିପରି ଆଜି ରାଜ୍ୟ କାର୍ଯ୍ୟାଳୟରେ ମଧ୍ୟ ସ୍ୱର୍ଗତଃ ଅଟଳଜୀଙ୍କ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ ମହାନ୍ତି, ରାଜ୍ୟ ସାଧାରଣ ସଂପାଦିକ ଡ.ଲେଖାଶ୍ରୀ ସାମନ୍ତସିଂହାର, ବରିଷ୍ଠ ନେତା ସଜ୍ଜନ ଶର୍ମା, ଅଧ୍ୟାପକ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ, ଭୁବନାନନ୍ଦ ତ୍ରିପାଠୀ, ଓବିସି ମୋର୍ଚ୍ଚା ରାଜ୍ୟ ସଭାପତି ସୁରଥ ବିଶ୍ୱାଳ, ରାଜ୍ୟ ମୁଖପାତ୍ର ରାଜେନ୍ଦ୍ର ପଣ୍ଡା ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତା ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ ।
ସ୍ୱର୍ଗତଃ ଅଟଳଜୀଙ୍କ ଆଦର୍ଶରେ ଆମେ ସମସ୍ତେ ଅନୁପ୍ରାଣିତ । ତାଙ୍କ ଦିଗଦର୍ଶନରେ ବିଜେପି କାର୍ଯ୍ୟ କରୁଛି । ଅଟଳଜୀ ଭାରତରେ ବିକାଶର ଧାରା ଆରମ୍ଭ କରିଥିଲେ । ଓଡିଶାର ବିକାଶ କ୍ଷେତ୍ରରେ ସ୍ୱର୍ଗତଃ ବାଜପେୟୀଙ୍କ ଅବଦାନ ଅତୁଳନୀୟ । ଦେଶର ଅଗ୍ରଣୀ ସ୍ୱାସ୍ଥ୍ୟସେବା ଯୋଗାଉଥିବା ମେଡିକାଲ କଲେଜ ମଧ୍ୟରୁ ଅନ୍ୟତମ ଭୁବନେଶ୍ୱର ସ୍ଥିତ ଏମ୍ସ ମେଡିକାଲ କଲେଜର ପ୍ରତିଷ୍ଠା ତାଙ୍କ ପାଇଁ ସମ୍ଭବ ହୋଇପାରିଛି । ଓଡିଶା ସମେତ ପଡୋଶୀ ରାଜ୍ୟବାସୀ ମଧ୍ୟ ଏମ୍ସ ମେଡିକାଲ୍ ଦ୍ୱାରା ଉପକୃତ ହେଉଛନ୍ତି । ୧୯୯୯ ମହାବାତ୍ୟା ପରେ ଓଡିଶାବାସୀଙ୍କ ଦୁର୍ଦ୍ଦୀନରେ ବାଜପେୟୀଙ୍କ ସାହାଯ୍ୟ ଓ ସମର୍ଥନ ଅବିସ୍ମରଣୀୟ । ଗ୍ରାମ ସଡକ ଯୋଜନା, ଗାଁ ଗାଁରେ ମୋବାଇଲ ସଂଯୋଗ କରାଇବା, ଅନ୍ତୋଦୟ ଏବଂ ଅନ୍ନପୂର୍ଣ୍ଣା ଯୋଜନାରେ ଗରୀବଙ୍କ ପାଖରେ ଅନ୍ନ ପହଂଚାଇବାରେ ସ୍ୱର୍ଗତଃ ବାଜପେୟୀଙ୍କ ଯୋଗଦାନ ଅତୁଳନୀୟ । ଓଡିଶାବାସୀଙ୍କ ପ୍ରତି ଅଟଳଜୀଙ୍କ ସ୍ନେହ ଓ ଶ୍ରଦ୍ଧା ସର୍ବଦା ଚିରସ୍ମରଣୀୟ ହୋଇ ରହିବ । ଭାରବର୍ଷର ଯୁବପିଢୀ ସ୍ୱର୍ଗତଃ ଅଟଳଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ରାଜ୍ୟ ସଭାପତି ଶ୍ରୀ ମହାନ୍ତି କହିଛନ୍ତି ।

 

 

Nalco
Leave A Reply