ଲଣ୍ଡନ: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ଗତକାଲି ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ବିଳମ୍ବିତ ରାତିରେ ତାଙ୍କୁ ଡାକ୍ତରଖାନାର ଆଇସିୟୁ ୱାର୍ଡକୁ ସ୍ଥାନାନ୍ତର କରାଯାଇଥିଲା। ଡାକ୍ତରଖାନାରେ ଭର୍ତ୍ତି ହେବା ପୂର୍ବରୁ ତାଙ୍କୁ ନିୟମିତ ପରୀକ୍ଷା ପାଇଁ ଡାକ୍ତରଖାନା ନିଆଯାଉଥିବା ସୂଚନା ଦିଆଯାଇଥିଲା, କିନ୍ତୁ ସେଠାରେ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଆହୁରି ବିଗିଡି ଯାଇଥିଲା। ସ୍ୱାସ୍ଥ୍ୟ ଖରାପ ହେବା ପରେ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି।
ଏଠାରେ ସୂଚନା ଥାଉ କି ୧୦ ଦିନ ପୂର୍ବରୁ ବୋରିସ ଜନସନ କରୋନା ରୋଗରେ ପୀଡ଼ିତ ବୋଲି ନିଶ୍ଚିତ କରାଯାଇଥିଲା, ଯାହା ପରେ ତାଙ୍କୁ ତାଙ୍କ ବାସଭବନରେ ରଖାଯାଇଥିଲା। ବୋରିସ୍ ଜନସନ ସେଠାରୁ କାମ କରୁଥିଲେ, କିନ୍ତୁ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ତାଙ୍କୁ ଡାକ୍ତରଖାନାରେ ଏବଂ ପରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।
Hang in there, Prime Minister @BorisJohnson! Hope to see you out of hospital and in perfect health very soon.