ବୁଗୁଡ଼ା : ତା ୬/୦୮/୨୨ : ସ୍ଥାନୀୟ ପିପୁଲ୍ସ କଲେଜ ପକ୍ଷରୁ ସ୍ବପରିସରରେ ଆଜି ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ରଜନୀ କାନ୍ତ ଦାଶଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଓଡିଶା ସରକାରଙ୍କ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗୀୟ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କୁ କଲେଜ ତରଫରୁ ପୁଷ୍ପଗୁଚ୍ଛ, ଉପଢ଼ୌକନ ଓ ମାନପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ଏଥିସହ ବୁଗୁଡା ଏନ୍ଏସି ନଗରପାଳ ଚିତ୍ରସେନ ପ୍ରଧାନ ଓ ଉପାଧ୍ୟକ୍ଷା ଗୀତାଞ୍ଜଳି ପାଢ଼ୀ, ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶନୀ ଆଚାରୀ ଓ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ, କଲେଜର ନୂତନ ପରିଚାଳନା କମିଟି ସଭାପତି ରଜନୀ କାନ୍ତ ଭଟ୍ଟଙ୍କ ସମେତ ସମସ୍ତ ସଭ୍ୟଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଅଧ୍ୟପାକ ପ୍ରଦୀପ କୁମାର ଦାଶ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ପରିଶେଷରେ ଆତ୍ମପ୍ରକାଶ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।