Odisha news

ଛତ୍ରପୁର ନିର୍ବାଚନ ମଣ୍ଡଳୀର ଭାରତୀୟ ଜନତା ପାର୍ଟିର ସଂଯୋଜକ ହେଲେ ବସନ୍ତ

0

ଛତ୍ରପୁର ୨୮/୯ : ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ର ସଂଗଠନ କୁ ମଜବୁତ୍ କରିବା ଲକ୍ଷ ନେଇ ରାଜ୍ୟ ସଭାପତି ସମୀର ମହାନ୍ତି ଛତ୍ରପୁର ର ଯୁବ ନେତା ତଥା ପୂର୍ବତନ ଛତ୍ରପୁର ଏନଏସି ଉପାଧ୍ୟକ୍ଷ ବସନ୍ତ କୁମାର ବେହେରାଙ୍କୁ ଏକ ଗୁରୁ ଦାୟିତ୍ୱ ପ୍ରଦାନ କରିଛନ୍ତି । ଛତ୍ରପୁର ନିର୍ବାଚନ ମଣ୍ଡଳୀର ଦଳୀୟ ସଂଯୋଜକ ଭାବେ ଶ୍ରୀ ବେହେରାଙ୍କୁ ଦାୟିତ୍ୱ ଅର୍ପଣ କରାଯାଇଛି । ତାଙ୍କୁ ଏହି ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଥିବାରୁ ସେ ପ୍ରଥମେ ରାଜ୍ୟ ସଭାପତି ସମୀର ମହାନ୍ତି, ଉପସଭାପତି ତଥା ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବକ୍ସି ପାତ୍ର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଗଞ୍ଜାମ ଜିଲ୍ଲା ସଭାପତି ବିଭୂତି ଭୂଷଣ ଜେନା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଶାନ୍ତ କୁମାର କରଙ୍କ ସମେତ ଦଳର ଅନ୍ୟାନ୍ୟ ନେତା ଓ କର୍ମୀ ମାନଙ୍କୁ ଶ୍ରୀ ବେହେରା ଧନ୍ୟବାଦ ଅର୍ପଣ କରିବା ସହ ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି କିପରି ଆଗାମୀ ଦିନରେ ମଜବୁତ ହୋଇପାରିବ ସେଥି ନିମନ୍ତେ କାର୍ଯ୍ୟ କରିବେ ବୋଲି ଏକ ପ୍ରେସ୍ ବିବୃତ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି ।

Nalco
Leave A Reply