Odisha news

ଛତ୍ରପୁର ଉପଖଣ୍ଡରେ ଚାଲିଥିବା ବିଭିନ୍ନ ଉନ୍ନୟନ କାର୍ଯ୍ୟକୁ ନେଇ ଉପଜିଲ୍ଲାପାଳଙ୍କ ସମୀକ୍ଷା

0
ଛତ୍ରପୁର ୨୪/୫ ; ସ୍ଥାନୀୟ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଛତ୍ରପୁର ଉପଖଣ୍ଡରେ ଚାଲିଥିବା ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକୁ ନେଇ ଏକ ସମୀକ୍ଷା ବୈଠକ ଛତ୍ରପୁର ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜନସାଧାରଣଙ୍କ ଲାଗି ସରକାରଙ୍କ ପକ୍ଷରୁ କରାଯାଇଥିବା ବିଭିନ୍ନ ଯୋଜନା ଗୁଡିକୁ ଲୋକଙ୍କୁ ସଠିକ୍ ଭାବେ ଯୋଗାଇଦେବା ପାଇଁ ସମସ୍ତ ବିଭାଗ ସମନ୍ୱୟ ରଖି କାର୍ଯ୍ୟ କରିବା ପାଇଁ ଉପଜିଲ୍ଲାପାଳ ଶ୍ରୀ ପାତ୍ର ସମସ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ ।  ପୁର୍ତ୍ତ ବିଭାଗ, ଜଳସେଚନ, ଉଠା ଜଳସେଚନ, କ୍ଷୁଦ୍ର ଜଳସେଚନ ଓ ଜଳ ପରିମଳ ବିଭାଗ ଦ୍ୱାରା ଚାଲିଥିବା ସମସ୍ତ ଉନ୍ନୟନ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଶେଷ କରିବା ସହ ଯେଉଁ କାର୍ଯ୍ୟରେ କିଛି ସମସ୍ୟା ଦେଖାଦେଉଛି ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ଉପଜିଲ୍ଲାପାଳ ଶ୍ରୀ ପାତ୍ର ସମସ୍ତ ଲାଇନ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ସମୀକ୍ଷା ବୈଠକରେ ସମସ୍ତ ଲାଇନ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।
Leave A Reply