ଛତ୍ରପୁର, ୨୭/୧୦ : ପବିତ୍ର କୁମାର ପୂର୍ଣ୍ଣିମା ଉତ୍ସବ ଅବସରରେ ଯଶୋଦା ଫାଉଣ୍ଡେସନ୍ ପକ୍ଷରୁ ସ୍ଥାନୀୟ ତାଡେପଲ୍ଲୀ ସାହି ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ମହିଳା ମାନଙ୍କୁ ଶାଢୀ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଫାଉଣ୍ଡେସନର ଟ୍ରଷ୍ଟି ସାଗରିକା ପଣ୍ଡାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ପୂର୍ବତନ ବିଧାୟକ ଅଶୋକ କୁମାର ଚୌଧୂରୀ ଓ ସ୍ୱାଭିମାନ ସ୍ୱେଚ୍ଛାସେବୀ ସଂଗଠନର ସଭାପତି ପ୍ରଶାନ୍ତ କୁମାର ମହାରଣା ଯୋଗ ଦେଇ ଫାଉଣ୍ଡେସନ ର ଏଭଳି କାଯ୍ୟକୁ ପ୍ରଶଂସା କରିବା ସହିତ ଭିକାରିପଲ୍ଲୀ ଓ ବଗଡପଲ୍ଲୀ ଗ୍ରାମର ବହୁ ଏକାକୀ ମହିଳା ମାନଙ୍କୁ ଶାଢୀ ବଣ୍ଟନ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ଫାଉଣ୍ଡେସନ୍ ର ଟ୍ରଷ୍ଟି ଶ୍ରୀମତି ପଣ୍ଡା ଓ ପୁଷ୍ପାଞ୍ଜଳୀ ସାହୁ ପରିଚାଳନାରେ ସହଯୋଗ କରିଥିଲେ ।