Odisha news

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରୋନା ମୁକାବିଲା ନେଇ ଆହ୍ୱାନ : ବିଶ୍ୱର କୋଣ ଅନୁକୋଣରେ ଯେଉଁଠି ଓଡ଼ିଆମାନେ ଅଛନ୍ତି, ସେହି ସ୍ଥାନରେ ସାମାଜିକ ଦୂରତ୍ୱ ବଜାୟ ରଖି ବନ୍ଦେ ଉତ୍କଳ ଜନନୀ ଗାଆନ୍ତୁ

0

ଭୁବନେଶ୍ୱର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧନ କରିଛନ୍ତି।

ମେ ୩୦ ତାରିଖ ଅର୍ଥାତ୍‌ ଶନିବାର ସନ୍ଧ୍ୟା ସାଢ଼େ ୫ଟାରେ ବନ୍ଦେ ଉତ୍କଳ ଜନନୀ ଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି। ବିଶ୍ୱର କୋଣ ଅନୁକୋଣରେ ଯେଉଁଠି ଓଡ଼ିଆମାନେ ଅଛନ୍ତି, ସେହି ସ୍ଥାନରେ ସାମାଜିକ ଦୂରତ୍ୱ ବଜାୟ ରଖି ବନ୍ଦେ ଉତ୍କଳ ଜନନୀ ଗାଆନ୍ତୁ। ଯାହା ଆମ କରୋନା ଯୋଦ୍ଧାଙ୍କୁ ଅଧିକ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ‘ପ୍ରତି ଜୀବନର ସୁରକ୍ଷା ମୋ ପାଇଁ ଗୁରୁତ୍ୱପୂର୍ଣ୍ଣ। କରୋନା ଓଡ଼ିଶାକୁ ଆସିବାର ୨ ମାସରୁ ଅଧିକ ହୋଇଗଲାଣି। ତେବେ କରୋନା ମୁକାବିଲା ନେଇ ଓଡ଼ିଶାର ପଦକ୍ଷେପ ସବୁଠି ପ୍ରଶଂସନୀୟ। ଓଡ଼ିଶା ଏବେ ସାରା ବିଶ୍ୱରେ ଉଦାହରଣ ପାଲଟିଛି।’

‘ଓଡ଼ିଶାରେ କରୋନା ଜନିତ ମୃତ୍ୟୁହାର ସାରା ବିଶ୍ୱରେ ସର୍ବନିମ୍ନ। ରାଜ୍ୟରେ ଅଧାରୁ ଅଧିକ କରୋନା ଆକ୍ରାନ୍ତ ଏବେ ସୁସ୍ଥ ହେଲେଣି। ବଡ଼ ବଡ଼ ଧନୀ ରାଜ୍ୟ ମଧ୍ୟ କରୋନା ଯୁଦ୍ଧରେ ଏତେ ସଫଳ ହୋଇନାହାନ୍ତି। କୋଭିଡ଼ ଯୋଦ୍ଧାଙ୍କ ପ୍ରତିବଦ୍ଧତା, ନିଷ୍ଠା ଯୋଗୁ ଆମେ ସଫଳ ହୋଇଛୁ’ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Leave A Reply