ଗୋପାଳପୁର ମାଣ୍ଡିଆ ପଲ୍ଲୀରେ ମୋଟର ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ : ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଭୁବନେଶ୍ବର : ଗତ କାଲି ଗଞ୍ଜାମ ଜିଲ୍ଲା ଗୋପାଳପୁର ର ମାଣ୍ଡିଆ ପଲ୍ଲୀ ରେ ମୋଟର ଦୁର୍ଘଟଣାରେ ତିନି ବ୍ୟକ୍ତି ଜଣଙ୍କ ମୃତ୍ୟୁ ଘଟଣା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି . ଏହି ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି .
ଏବଂ ଆହତ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି.
