Odisha news

ଓଡିଶା ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଗସ୍ତକୁ ନେଇ ଜୋରଦାର ପ୍ରସ୍ତୁତି

0

ଛତ୍ରପୁର ୨୦/୩ (Amerendra Pattanaik) : ଆସନ୍ତା ୨୬ ତାରିଖ ଓିଡଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲାକୁ ଦିନିକିଆ ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହାକୁ ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି ।  ଛତ୍ରପୁର ଠାରେ ଉଦ୍‌ଘାଟନୀ ସମାରୋହ ସହ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବ୍ଲକର ଉନ୍ନୟନମୂଳକ କାର୍ଯ୍ୟ ଗୁଡିକର ଉଦ୍‌ଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି । ଏନେଇ ଆଜି ଅପରାହ୍ନ ରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା,  ଗଞ୍ଜାମ ଏସ୍‌ପି ଜଗମହୋନ ମିନାଙ୍କ ସମେତ ଅନ୍ୟାନ୍ୟ ପୋଲିସ ଓ ପ୍ରଶାସନିକ ଅଧିକାରୀ ମାନେ ଛତ୍ରପୁର ଷ୍ଟାଡିଅମ ବୁଲି  ଅନୁଧ୍ୟାନ କରିଛନ୍ତି ।

Nalco
Leave A Reply