Odisha news

କୋରାପୁଟ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର : 29 ଡିସେମ୍ବର ୨୦୨୩ : ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର block ର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ 5 ଜଣ ବ୍ୟକ୍ତି ଙ୍କ ମୃତ୍ୟୁ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି. ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି.

IEC 2 years
Leave A Reply