Odisha news

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ବଡ ନିଷ୍ପତି : ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ  ତିରିଶ  ହଜାର  କଳାକାରଙ୍କୁ ସାମିଲ କରାଯିବ

0
ଭୁବନେଶ୍ଵର, ୬|୨।୨୦୨୪ : ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ  ତିରିଶ  ହଜାର  କଳାକାର ଙ୍କୁ  ସାମିଲ   କରିବାକୁ  ନିଷ୍ପତ୍ତି  ନେଇଛନ୍ତି  .

ଏହା  ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଏକ ପ୍ରମୁଖ ଯୋଜନା ।  5T ଅଧ୍ୟକ୍ଷଙ୍କ ଜିଲ୍ଲା ଗସ୍ତ ସମୟରେ ଏହି ଯୋଜନାରେ ଅଧିକ  କଳାକାର ଙ୍କୁ ସାମିଲ  କରିବା  ପାଇଁ କଳାକାର ଓ ସେମାନଙ୍କର ସଂଗଠନ  ଅନୁରୋଧ  କରି ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହାପରେ ଏହି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ଛନ୍ତି। ଏହି ଯୋଜନାରେ ୫୦,୦୦୦ କଳାକାର ମାନଙ୍କୁ ମାସିକ ୧୨୦୦ ଟଙ୍କା(ବାର ଶହ ଟଙ୍କା) ସହାୟତା ରାଶି ପ୍ରଦାନ କରାଯାଉଛି।  ବର୍ତ୍ତମାନ ଏହି ଯୋଜନା ର  ହିତାଧିକାରୀ ଙ୍କ  ସଂଖ୍ୟା ୫୦ ହଜାରରୁ ୮୦ ହଜାରକୁ ବୃଦ୍ଧି କରା ଯାଇଛି । ଏହା ଦ୍ୱାରା ରାଜ୍ୟର ଆଉ ୩୦ ହଜାର କଳାକାର ଏଥିରେ ଉପକୃତ ହେବେ । ଆମର ଲୋକକଳା ଗୁଡିକ ଆମ ଜାତିର ଅସ୍ମିତା ଅଟନ୍ତି ଏବଂ କଳାକାର ମାନେ ଭାଷା, ସାହିତ୍ଯ ଓ ସଂସ୍କୃତିର ପ୍ରଚାରକ ତଥା ବାର୍ତ୍ତାବହ ଅଟନ୍ତି । ଏହି ଯୋଜନାରେ  ଅଧିକ  କଳାକାର ଙ୍କୁ  ସାମିଲ  କରାଯିବା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉତ୍ସାହିତ ଓ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଋଦ୍ଧିମନ୍ତ କରିବ ।
Leave A Reply