Odisha news

ବିଶିଷ୍ଟ ସାହିତ୍ଯିକ ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ : ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ

0

ଭୁବନେଶ୍ଵର , ୧୧ ଫେବୃଆରୀ ୨୦୨୪ : ବିଶିଷ୍ଟ ସାହିତ୍ଯିକ, ଓଡିଶା ସାହିତ୍ଯ ଏକାଡେମୀର ପୂର୍ବତନ ସଭାପତି ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ଯମନ୍ତ୍ରୀ କହିଛନ୍ତି ଯେ ରାଜ୍ଯର ଜଣେ ପ୍ରତିଷ୍ଠିତ ତଥା ଖ୍ଯାତି ସମ୍ପନ୍ନ ସାହିତ୍ଯିକ ଭାବେ ସାତକୋଡି ହୋତାଙ୍କ ସୁନାମ ରହିଥିଲା । ଅନେକ ଉଚ୍ଚକୋଟୀର ଗଳ୍ପ, ଉପନ୍ଯାସ, କବିତା ଓ ଅନୁବାଦ ସାହିତ୍ଯ ରଚନା ମାଧ୍ଯମରେ ଓଡିଆ ସାହିତ୍ଯ ଜଗତରେ ସେ ତାଙ୍କର ଅମଳିନ ସ୍ମୃତି ଛାଡି ଯାଇଛନ୍ତି । ଏଥି ସହିତ ଜଣେ ଦକ୍ଷ ସଂଗଠକ ଓ ସାମ୍ବାଦିକ ଭାବରେ ମଧ୍ଯ ତାଙ୍କର ସୁନାମ ରହିଥିଲା । ତାଙ୍କ ବିୟୋଗ ଓଡିଆ ସାହିତ୍ଯ ଜଗତ ପାଇଁ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି । ସ୍ଵର୍ଗତ ସାତକଡ଼ି ହୋତାଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି. ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ଵର୍ଗତ ହୋତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ତାଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜ୍ଞାପନ କରିଛନ୍ତି।

Govt
Leave A Reply