ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଭିନ୍ନ ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି। ଏହାସହ ନବ ନିଯୁକ୍ତ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଅର୍ଥ ବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, କ୍ରୀଡ଼ା ଓ ଯୁବସେବା ବିଭାଗ, ଇସ୍ପାତ ଓ ଖଣି ବିଭାଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ, ଉଚ୍ଚ ଶିକ୍ଷା ବିଭାଗ, ଗୃହ ବିଭାଗରେ ଏହି ନିଯୁକ୍ତି ପ୍ରଦାନ କରାଯାଇଛି । ଏହି ଅବସରରେ ଲୋକସେବା ଭବନ ସମ୍ମିଳନୀ କକ୍ଷ ଏବଂ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ନିଯୁକ୍ତି ପର୍ବରେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି।
