ଲଖନପୁର ନୌକା ଦୁର୍ଘଟଣାରେ 2 ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
ମୃତକଙ୍କ ନିକଟ ଆତ୍ମୀୟଙ୍କୁ 4 ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା
19.04.24 : ଝାରସୁଗୁଡା ଜିଲ୍ଲା ଲଖନପୁର ର ଶରଧା ରେ ମହାନଦୀ ରେ ଏକ ନୌକା ଦୁର୍ଘଟଣରେ 2 ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି l ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ 4ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି
ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତି ଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନ କୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଘଟଣା ସ୍ଥଳରେ RDC ଝାରସୁଗୁଡା ଜିଲ୍ଲା ପାଳ ଓ sp ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି.ଉଦ୍ଧାର କାର୍ଯ୍ୟ ରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ SRC ଙ୍କୁ ନିର୍ଦେଶ ଦେଇଛନ୍ତି.
ନିଖୋଜ ମାନଙ୍କୁ ଉଦ୍ଧାର କରିବାପାଇଁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ ରେ 5 ଜଣ scuba diver ଓ 2 ଟି search କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଉଛି
ସୂଚନାଯୋଗ୍ୟ ଯେ ନୌକା ରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ambavona ବ୍ଲକ ର ପଥର ସେନି କୁ ଯାଉଥିଲେ.
