ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆର୍ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ
ଭୁବନେଶ୍ବର: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ୍ ଅନ୍ତର୍ଗତ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଆମ୍ବଟାକୁଆ ଜାଉ ଖାଇ ଦୁଇଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆର୍ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାରେ ଅନ୍ୟ ଜଣ ଅସୁସ୍ଥ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣ ଏବେ ବି କଟକ ଏସ୍ସିବିରେ ଚିକିତ୍ସାଧୀନ ଅଛନ୍ତି।