Odisha news

ମୁଖ୍ୟମନ୍ତ୍ରୀ ମୋହନ ଚରଣଙ୍କ ମାଝୀ ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ : ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର

0
ଭୁବନେଶ୍ୱର: ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି।
ଦୁର୍ନୀତି ବିରୁଦ୍ଧରେ ଶୂନ୍ୟସହନଶୀଳତା ନୀତି ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଆସିଛନ୍ତି। କୌଣସି ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଛଡା ଯିବନାହିଁ  ବୋଲି ମୁଖ୍ୟମନ୍ତ୍ରୀ ଅନେକ ସମୟରେ କହି ଆସିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଇ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କ ଉପରେ  ଦୁର୍ନୀତି ଅଭିଯୋଗରେ ଚଢଉ କରାଯାଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି।
Leave A Reply