Odisha news

ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ ଜଗନ୍ନାଥ ମନ୍ଦିର ପାଇଁ ୫କୋଟି

0

ବାରିପଦା,୮ା୧ : ମୟୁରଭଞ୍ଜବାସୀଙ୍କ ପାଇଁ ଭଣ୍ଡାର ଖୋଲିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁସାରେ ବୁଧବାର ମୁଖ୍ୟମନ୍ତ୍ରୀ ବାରିପଦାରେ ବିଭିନ୍ନ ଜନହିତକାରୀ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଭାରତ ବନ୍ଦ ଯୋଗୁଁ କଡା ସୁରକ୍ଷା ଭିତରେ ମୁଖ୍ୟମନ୍ତ୍ରୀ ବାରିପଦା ଗସ୍ତ କରିଛନ୍ତି । ଗସ୍ତ ଅବସରରେ ଜିଲ୍ଲାର ଉନ୍ନତି ପାଇଁ ଅନେକ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାରିପଦା ଜଗନ୍ନାଥ ମନ୍ଦିରର ଉନ୍ନତି ପାଇଁ ୫କୋଟି ଟଙ୍କା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ମୟୁରଭଞ୍ଜରେ ଥିବା ପର୍ଯ୍ୟଟନସ୍ଥଳୀର ବିକାଶ ଦିଗରେ ସରକାର ସମସ୍ତ କାର୍ଯ୍ୟ କରିବ ବୋଲି କହିଛନ୍ତି । ମୟୁରଭଞ୍ଜର ବିକାଶ ପାଇଁ ଉନ୍ନତି ଜାରି ରହିବ । ଆଦିବାସୀ ପିଲାଙ୍କ ଶିକ୍ଷାର ଉନ୍ନତି ପାଇଁ ଅଧିକ ଗୁରୁତ୍ୱ ଦିଆଯାଉଛି । ଓଡ଼ିଶାର ବିକାଶ ମାନଚିତ୍ରରେ ମୟୁରଭଞ୍ଜ କିପରି ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିବ, ସେଥିପାଇଁ ସରକାରଙ୍କ ଉଦ୍ୟମ ଜାରି ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଜି ବାରିପଦାରେ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୟୁରଭଞ୍ଜରେ ୨୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଆଦାନି ଫାଉଣ୍ଡେସନ ସହଯୋଗରେ ଆଜି କିସ(କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ)ର ଆବାସିକ ଜନଜାତି ବିଦ୍ୟାଳୟକୁ ଉଦଘାଟନ କରିଛନ୍ତି । ଏହି ବିଦ୍ୟାଳୟରେ ୧୫୦୦ ଛାତ୍ରଛାତ୍ରୀ ରହି ପାଠପିବାର ସୁବିଧା ରହିଛି ।

Leave A Reply