ଭୁବନେଶ୍ୱର: ଆଜି ରାଜ୍ୟର ୧୭ଟି ଜିଲ୍ଲାରୁ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୪୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ, ଜଗତ୍ସିଂହପୁର ଜିଲ୍ଲାରୁ ୧୪ ଜଣ, କଟକ ଜିଲ୍ଲାରୁ ୬ ଜଣ, ଅନୁଗୁଳ, ଯାଜପୁର ଓ ପୁରୀ ଜିଲ୍ଲାରୁ ୪ ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ ବରଗଡ଼, ଭଦ୍ରକ, ଝାରସୁଗୁଡ଼ା, ମୟୂରଭଂଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୩୫ ହଜାର ୬୨୭ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୫୭୫୨ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୪ ହଜାର ୧୨୩ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍ପିଟାଲରେ ୧ ହଜାର ୬୦୫ ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।