Odisha news

ରାଜ୍ୟରେ ଆଜି ପୁଣି ୨୧୮ଜଣ କରୋନା ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୧୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏମାନଙ୍କ ଭିତରୁ ୨୦ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୯୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୧ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରେ ୭ଜଣ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା ଏନଡିଆରଏଫ୍ କର୍ମଚାରୀ ଅଛନ୍ତି।
ଏବେ ରାଜ୍ୟରେ ମୋଟ୍ ୪୨୯୧ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୬୫ ରହିଛି। ଅପରପକ୍ଷରେ ୧୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୭ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply