Odisha news

ରାଜ୍ୟରେ ପୁଣି ୧୩୧ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

0

ଭୁବନେଶ୍ୱର: ରାଜ୍ୟର ୧୪ଟି ଜିଲ୍ଲାରୁ ଆଜି ୧୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଗଂଜାମ ଜିଲ୍ଲାରୁ ଆଜି ସର୍ବାଧିକ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ପୁରୀ ଜିଲ୍ଲାରୁ ୨୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୨ ଜଣ, ଜଗତ୍‌ସିଂହପୁର ଜିଲ୍ଲାରୁ ୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ ଜଣ, ବାଲେଶ୍ୱର ଓ କଟକ ଜିଲ୍ଲାରୁ ୨-୨ ଜଣ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏ ପର୍ଯ୍ୟନ୍ତ ୨ ଲକ୍ଷ ୪୪ ହଜାର ୫୮୮ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୬୧୮୦ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଅପରପକ୍ଷେ ୪ ହଜାର ୪୨୨ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟର ବିଭିନ୍ନ କୋଭିଡ-୧୯ ହସ୍‌ପିଟାଲରେ ୧ ହଜାର ୭୩୪ ଜଣ ବ୍ୟକ୍ତି ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Leave A Reply