ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୨୪୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୩୧ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୨୧୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏମାନଙ୍କ ଭିତରେ ୨ ଜଣ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି।

ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬, ଯାଜପୁର ଜିଲ୍ଲାରୁ ୪୦, ଖୋର୍ଦ୍ଧା ଜିଲ୍ଲାରୁ ୨୮, ବରଗଡ଼ ଜିଲ୍ଲାରୁ ୧୦, ଜଗତସିଂହପୁର ଜିଲ୍ଲାରୁ ୯, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮, ବାଲେଶ୍ୱର ଜିଲ୍ଲାରୁ ୨, ଭଦ୍ରକ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୭, ଗଜପତି ଜିଲ୍ଲାରୁ ୭, ଝାରସୁଗୁଡ଼ା ଜିଲ୍ଲାରୁ ୧, କେନ୍ଦୁଝର ଜିଲ୍ଲାରୁ ୭, ମୟୂରଭଞ୍ଜ ଜିଲ୍ଲାରୁ ୫, ନବରଙ୍ଗପୁର ଜିଲ୍ଲାରୁ ୭, ଢେଙ୍କାନାଳ ଜିଲ୍ଲାରୁ ୩, ନୟାଗଡ଼ ଜିଲ୍ଲାରୁ ୩, ରାୟଗଡ଼ା ଜିଲ୍ଲାରୁ ୧, ସୁବର୍ଣ୍ଣପୁର ଜିଲ୍ଲାରୁ ୧ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ୍ ୪୭୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୮୬ ରହିଛି।