ଭୁବନେଶ୍ବର: ଆଜି ରାଜ୍ୟରେ ସର୍ବାଧିକ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି l ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଏମାନଙ୍କ ଭିତରୁ ୪୨୫ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ,୧୩୬ଜଣ ସ୍ଥାନୀୟ ସଂକ୍ରମିତ ଥିବା ଜଣାପଡିଛି । ଖୋର୍ଦ୍ଧାରୁ ୨୬ ଜଣ ,କଟକରୁ ୮୧, ଗଞ୍ଜାମଜିଲ୍ଲାରୁ ୨୮୩ଜଣ, ବରଗଡ଼୨୧ଜଣ , ଭଦ୍ରକରୁ ୧, ବଲାଙ୍ଗୀର ରୁ ୧୯ଜଣ , ଢେଙ୍କାନାଳରୁ ୩ ଜଗତସିଂହପୁରରୁ ୬, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୫, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୬, କୋରାପୁଟରୁ ୪, ମୟୁରଭଞ୍ଜରୁ ୧୦, ପୁରୀରୁ ୧, ରାୟଗଡ଼ା ରୁ ୭୬ ସମ୍ବଲପୁରରୁ ୮ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି l
ଏମାନଙ୍କ ଭିତରେ ଜଣେ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିବା ପଶ୍ଚିମବଙ୍ଗ ଫେରନ୍ତା କର୍ମଚାରୀ ଥିବା ଜଣାଯାଇଛି। ଆଜି ୧୯ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି।ଏଥି ମଧ୍ୟରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬ l ୫୫୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୬୭ ରହିଛି।