Odisha news

ରାଜ୍ୟରେ ଆଜି ପୁଣି ୧୬୫ଜଣ କରୋନା ପଜିଟିଭ୍ ଚିହ୍ନଟ

0

ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୬୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୨୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୧୪୦ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୧୭ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ତଥ୍ୟ ପ୍ରଦାନ କରାଯାଇଛି। ଏହାଛଡ଼ା ପଶ୍ଚିମବଙ୍ଗରୁ ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିବା ୧୧ଜଣ କର୍ମଚାରୀ ଅଛନ୍ତି।

I & PR Department, Odisha

@IPR_Odisha

COVID-19 REPORT FOR 18th JUNE

New positive cases: 165
In quarantine: 140
Local contacts: 25

(Details of local contacts will be shared by concerned Dist Administration)

District Wise Cases
1. Khordha: 8
2. Jaipur: 8
3. Nawarangpur: 3
4. Nayagarh: 1
5. Puri: 7

I & PR Department, Odisha

@IPR_Odisha

6. Cuttack: 20
7. Jagatsinghpur: 1
8. Jharsuguda: 2
9. Angul: 1
10. Balasore: 21
11. Malkangiri: 1
12. Ganjam: 41
13. Gajapati: 28
14. Sundargarh: 6
15. Bolangir: 2
16. Mayurbhanj: 3
17. Koraput: 1
18. Personnel returned from Amphan duty West Bengal: 11

ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଠିକ୍ ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୮, ଯାଜପୁର ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୭, କଟକ ଜିଲ୍ଲାରୁ ୨୦, ଜଗତସିଂହପୁର ଜିଲ୍ଲାରୁ ୧, ଝାରସୁଗୁଡ଼ା ଜିଲ୍ଲାରୁ ୨, ଅନୁଗୁଳ ଜିଲ୍ଲାରୁ ୧, ବାଲେଶ୍ୱର ଜିଲ୍ଲାରୁ ୨୧, ମାଲକାନଗିରି ଜିଲ୍ଲାରୁ ୧, ନୟାଗଡ଼ ଜିଲ୍ଲାରୁ ୧, ନବରଙ୍ଗପୁର ଜିଲ୍ଲାରୁ ୩, ଗଜପତି ଜିଲ୍ଲାରୁ ୨୮, ସୁନ୍ଦରଗଡ଼ ଜିଲ୍ଲାରୁ ୬, ବଲାଙ୍ଗୀର ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୩, କୋରାପୁଟ ଜିଲ୍ଲାରୁ ୧କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏବେ ରାଜ୍ୟରେ ମୋଟ୍ ୩୧୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୧୯ ରହିଛି। ଅପରପକ୍ଷରେ ୧୧ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ତିନି ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply