ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି 11 ପ୍ରତିଶତ ଭିତରେ ରହିଛି ପଜିଟିଭ ହାର । ଦିନକରେ ଆଉ ୩୯ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୨୦, ଅନୁଗୋଳରୁ ୪୪୯, ମୟୂରଭଞ୍ଜରୁ ୪୪୨ ଓ ବାଲେଶ୍ୱର ଜିଲ୍ଲାରୁ ୪୨୬ ଜଣ ପଜିଟିଭ ବାହାରିଛନ୍ତି । ସେହିଭଳି ବରଗଡ଼ ଜିଲ୍ଲାରୁ ୧୮୯ ଜଣ ଚିହ୍ନଟ ହୋଇଥିବା ବେଳେ ଭଦ୍ରକରୁ ୨୮୭, ବଲାଙ୍ଗିରରୁ ୬୧, ବୌଦ୍ଧରୁ ୧୨୮, ଦେବଗଡ଼ରୁ ୭୨, ଢେଙ୍କାନାଳରୁ ୨୫୨, ଗଜପତିରୁ ୬୮, ଗଞ୍ଜାମରୁ ୧୫୩, ଜଗତସିଂହପୁରରୁ ୨୫୫, ଯାଜପୁରରୁ ୩୮୮, ଝାରସୁଗୁଡ଼ାରୁ ୭୧, କଳାହାଣ୍ଡିରୁ ୧୬୭, କନ୍ଧମାଳରୁ ୫୨, କେନ୍ଦ୍ରାପଡ଼ାରୁ ୨୨୩, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୮୫, ମାଲକାନଗିରିରୁ ୧୦୪, ନବରଙ୍ଗପୁରରୁ ୨୧୯, ନୟାଗଡ଼ରୁ ୨୧୯, ନୂଆପଡ଼ାରୁ ୪୮, ପୁରୀରୁ ୩୩୩, ରାୟଗଡ଼ାରୁ ୩୧୦, ସମ୍ବଲପୁରରୁ ୧୬୧, ସୋନପୁରରୁ ୬୧, ସୁନ୍ଦରଗଡ଼ରୁ ୨୭୦ ଜଣ ଓ ଷ୍ଟେଟ୍ ପୁଲ୍ରୁ ୧୮୮ ଜଣ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ ଆଉ ୩୯ ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି। ଏହି ୩୯ ଜଣଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ ଅଛନ୍ତି। ଏହା ସହିତ ଏହି ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୫କୁ ବୃଦ୍ଧି ପାଇଛି। ସେହିପରି ଅନୁଗୁଳ,ଝାରସୁଗୁଡ଼ା,କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କୌଦ୍ଧ, କଟକ, ଦେବଗଡ଼, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି।
ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୮ ହଜାର ୬୯୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭ ଲକ୍ଷ ୧୩ ହଜାର ୦୫୫ ଜଣ ସୁସ୍ଥ ହୋଇସାରିଲେଣି। ୮୨ ହଜାର ୬୭୯ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
Comments are closed.