ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୫୬କୁ ବୃଦ୍ଧି ପାଇଛି।୧୬ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୩ ରହିଛି।
ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।