ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏମାନଙ୍କ ଭିତରୁ ୧୩ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୯୫ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି।
ଆଜି ୧୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ରାଜ୍ୟରେ ମୋଟ୍ ୨୮୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୫ ରହିଛି।