Odisha news

ଆଜି ରାଜ୍ୟରେ ଆଉ ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

0

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ମଧ୍ୟରୁ କଟକରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଓ ଗଂଜାମରୁ ୧୬ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିଭଳି କନ୍ଧମାଳରୁ ୧୪, ମୟୂରଭଂଜରୁ ୯, ଯାଜପୁରରୁ ୭, ପୁରୀ ୫, ନୟାଗଡ଼ ୪, କେନ୍ଦ୍ରାପଡ଼ାରୁ ୩ ଜଣ ସୁସ୍ଥ ହୋଇଛନ୍ତି।

ବରଗଡ଼ରୁ ୨, କେନ୍ଦୁଝରରୁ ୨, ଢେଙ୍କାନାଳରୁ ୧, ସୁନ୍ଦରଗଡ଼ରୁ ୧ ସୁସ୍ଥ ସହିତ ମୋଟ ୯୭ ସୁସ୍ଥ ହେବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଆଜି ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରେ ଏଯାବତ ମୋଟ ୩୧୪୪ ଜଣ ସୁସ୍ଥ ହୋଇସାରିଲେଣି।

ଅନ୍ୟପଟେ ଆଜି ରାଜ୍ୟରେ ଆଉ ୧୭୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Leave A Reply