ବାରିପଦା : ମୟୂରଭଞ୍ଜ ଜିଲ୍ଲାରେ କ୍ରମାଗତ ଭାବେ କରୋନା ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଗୁରୁବାର ୧୪ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାରେ କରୋନା ସଂଖ୍ୟା ୪୦୦ଶହକୁ ଟପିଛି । ଗୁରୁବାର ମୋଟ୍ ୧୪ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବାରୁ ଚିନ୍ତାର ବିଷୟ ପାଲଟିଛି । ମିଳିଥିବା ସୂଚନା ଅନୁଯାୟୀ ଏହି ସ୍ଥାନୀୟ କରୋନା ଆକ୍ରାନ୍ତମାନେ ହେଲେ କୁଳିଅଣା, ରାଇରଙ୍ଗପୁର, ବଡସାହି ବ୍ଲକରୁ ୨ଜଣ ଲେଖାଏଁ, ବେତନଟୀ ଓ ଯଶିପୁର ବ୍ଲକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି ।
ଏହି ସ୍ଥାନୀୟ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଏଠାରେ ସୂଚନାଯୋଗ୍ୟ ଯେ, କ୍ୱାରେଣ୍ଟାଇନ୍ କେନ୍ଦ୍ରରେ ରହୁଥିବା ୬ଜଣ କରୋନା ଆକ୍ରାନ୍ତ ଶ୍ୟାମାଖୁଣ୍ଟା, କୁଳିଅଣା, କରଞ୍ଜିଆ,ବଡସାହି, ଯଶିପୁର ଓ କୁସୁମୀ ବ୍ଲକରୁ ଜଣେ ଲେଖାଏଁ ଚିହ୍ନଟ ହୋଇଥିବାବେଳେ କର୍ଣ୍ଣାଟକ, ପଶ୍ଚିମବଙ୍ଗ, ତାମିଲନାଡୁ ଓ ରାଜସ୍ତାନ ଫେରନ୍ତା ବୋଲି ଜଣାଯାଇଛି । ବର୍ତ୍ତମାନ ସୁଦ୍ଧା ୪୧୦ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୧୧୭ଜଣ ବର୍ତ୍ତମାନ ସୁଦ୍ଧା ଚିକିସôିତ ହେଉଛନ୍ତି