ବାରିପଦ : ପୁଣି ନୂଆ ୬ଜଣ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ମୟୂରଭଞ୍ଜ ଜିଲ୍ଲାରେ କରୋନା ସଂଖ୍ୟା ୧୪୫କୁ ଛୁଇଁଛି । ମିଳିଥିବା ସୂଚନା ଅନୁଯାୟୀ କରଞ୍ଜିଆ, ଖୁଣ୍ଟା, ଉଦଳା ଓ ବାରିପଦାରୁ ପୌରାଞ୍ଚଳରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜିବିନଗର ବ୍ଲକରୁ ଦୁଇଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସମସ୍ତ କରୋନା ଚିହ୍ନଟ କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ରହୁଥିବାବେଳେ ପଶ୍ଚିମବଙ୍ଗ, ତାମିଲନାଡୁ, କର୍ଣ୍ଣାଟକ୍ ଓ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାଯାଇଛି । ବର୍ତ୍ତମାସ ସୁଦ୍ଧା ୧୪୫ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୪୧ଜଣ ବର୍ତ୍ତମାନ ସୁଦ୍ଧା ଚିକିତ୍ସିତ ହେଉଛନ୍ତି ।