କରୋନା ଭୂତାଣୁ ରୋଗ (କୋଭିଡ୍-୧୯)ର ସଂକ୍ରମଣକୁ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଉପରେ ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ଶ୍ରୀ ସୁବ୍ରତ ବାଗ୍ଚୀ ଆଜି ଗଣମାଧ୍ୟମକୁ ସୂଚନା ଦେଇଛନ୍ତିା
ବିଶ୍ୱ ସେବିକା ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କୋଭିଡ-୧୯ ସଂଗ୍ରାମର ଆଗଧାଡିର ଯୋଦ୍ଧା ଭୂମିକାରେ ଅବତୀର୍ଣ୍ଣ ହୋଇଥିବା ବିଶ୍ୱର ଲକ୍ଷ ଲକ୍ଷ ସେବିକାଙ୍କୁ କୃତଜ୍ଞତା ଜଣାଇଛନ୍ତି । ସେମାନଙ୍କ ନିଷ୍ଠା ଏବଂ ତ୍ୟାଗ ଯୋଗୁଁ ଆମକୁ ଜୀବନ ବଞ୍ଚାଇବା ସମ୍ଭବ ହୋଇଛି ଏବଂ ଅଧିକ ଲୋକ ସୁସ୍ଥ ହେବାରେ ସହାୟକ ହୋଇଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଭିଡ଼ିଓ କନ୍ଫରେନ୍ସ ମାଧ୍ୟମରେ ଆଲୋଚନା ସମୟରେ କୋଭିଡ୍ ମୁକାବିଲାରେ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକର ସକି୍ରୟ ସଂପୃକ୍ତି କରିବା ନିମନ୍ତେ ପ୍ରସ୍ତାବ ଦେଇଛନ୍ତିା ସେମାନଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ପଞ୍ଚାୟତିରାଜ ଅନୁଷ୍ଠାନକୁ ଅଧିକ ପ୍ରୋତ୍ସାହନ ଦେବା ନିମନ୍ତେ ପ୍ରଚଳିତ ଯୋଜନାରେ ସଂଶୋଧନ ଆଣିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତିା
ଲକ୍ ଡାଉନ୍ ପରିପ୍ରେକ୍ଷୀରେ ଅର୍ଥନୈତିକ କାର୍ଯ୍ୟକଳାପଗୁଡ଼ିକୁ ପୁନଃଗତିଶୀଳ କରିବା ନିମନ୍ତେ ଜାତୀୟ ସ୍ତରରେ ଏକ ଏସ୍ଓପି ପ୍ରଣୟନ କରିବା ନିମନ୍ତେ ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଛନ୍ତିା ଆମର ଉତ୍ପାଦନ ବ୍ୟବସ୍ଥା ଏବଂ ମୂଲ୍ୟଯୁକ୍ତ ପ୍ରକ୍ରିୟାଗୁଡ଼ିକ ଦେଶର ଅନ୍ୟ ରାଜ୍ୟ ସହିତ ସଂଶ୍ଳିଷ୍ଟ ହୋଇଥିବାରୁ ଜାତୀୟ ଏସ୍.ଓ.ପି ଦ୍ୱାରା ଏହାକୁ ତ୍ୱରାନ୍ୱିତ କରାଯାଇପାରିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଛନ୍ତିା
ମାନ୍ୟବର ମୁଖ୍ୟମନ୍ତ୍ରୀ କୋଭିଡ୍ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି କେବଳ ଜିଲ୍ଲାଗୁଡ଼ିକୁ ବିଭିନ୍ନ ଜୋନ୍ ଭାବେ ଘୋଷଣା ନକରି ଛୋଟ ଛୋଟ ଅଞ୍ଚଳକୁ ନିର୍ଦ୍ଦିଷ୍ଟ ଜୋନ୍ ଭାବେ ଘୋଷଣା କରିବା ପାଇଁ ସ୍ଥାନୀୟ ପ୍ରଶାସନକୁ ଅନୁମତି ଦେବା ଆବଶ୍ୟକ ବୋଲି ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ସହ ଅନୁଷ୍ଠିତ ଭିଡ଼ିଓ କନ୍ଫରେନ୍ସରେ କହିଛନ୍ତିା
ଭୁବନେଶ୍ୱର :୧୨ ମଇ,୨୦୨୦: ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟରେ କୋଭିଡ-୧୯ ନିୟନ୍ତ୍ରଣ ଓ ଅର୍ଥନୈତିକ ପୁନରୁଦ୍ଧାର କାର୍ଯ୍ୟକ୍ରମ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । ବର୍ତ୍ତମାନ ପ୍ରବାସୀ ଓଡ଼ିଆମାନେ ବହୁ ସଂଖ୍ୟାରେ ଓଡ଼ିଶାକୁ ଫେରୁଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ନିର୍ମିତ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରଗୁଡ଼ିକର ଉପଯୁକ୍ତ ପରିଚାଳନା ଏବଂ ଲୋକମାନଙ୍କୁ ରୋଜଗାର ଯୋଗାଇ ଦେଇ ଅର୍ଥନୀତିକୁ ଚଳଚଞ୍ଚଳ କରିବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।
ଏଥିପାଇଁ ମାନବିକତା ଏବଂ ବୃତ୍ତିଗତ ଦକ୍ଷତା ସହ ଏହି କଠିନ ପରିସ୍ଥିତିର ମୁକାବିଲା କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଏକ ଲମ୍ବା ଯୁଦ୍ଧ । ତେଣୁ କୋଭିଡ ମୁକାବିଲାରେ ସମାଜର ସକି୍ରୟ ଅଂଶଗ୍ରହଣ ସହିତ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକୁ ବର୍ତ୍ତମାନ ପରିସ୍ଥିତିରେ ଅଧିକ ସଶକ୍ତ କରାଯିବାର ଆବଶ୍ୟକତା ରହିଛି ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବବୃନ୍ଦ, ପୋଲିସ ମହାନିର୍ଦ୍ଦେଶକ, ପ୍ରମୁଖ ଶାସନ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।
ଗଞ୍ଜାମ ଭଳି ଅନ୍ୟ ଜିଲ୍ଲାରେ ଥିବା ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରମାନଙ୍କର ଅନ୍ତେବାସୀମାନଙ୍କୁ କୋଭିଡ ରୋଗ ପରିଚାଳନା ସମ୍ପର୍କରେ ତାଲିମ ଦିଆଯିବା ଆବଶ୍ୟକ, ଯାହା ଫଳରେ କି ସଙ୍ଗରୋଧରୁ ବାହାରିବା ପରେ ସେମାନେ କୋଭିଡ ସେ୍ୱଚ୍ଛାସେବୀ ଭାବରେ ସମାଜକୁ ସେବା ଯୋଗାଇ ଦେଇପାରିବେ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ଏଥିପାଇଁ ଏକ ସଂକ୍ଷିପ୍ତ ସାର୍ଟିଫିକେଟ କୋର୍ସ ପ୍ରସ୍ତୁତ କରିବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।
ଆଗାମୀ ଏକ ସପ୍ତାହ ମଧ୍ୟରେ ଗଞ୍ଜାମ, ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ବଲାଙ୍ଗୀର ଆଦି ୬ଟି ଜିଲ୍ଲାମାନରେ କୋଭିଡ କେୟାର ସେଣ୍ଟରରେ ଶଯ୍ୟା ସଂଖ୍ୟା ବୃଦ୍ଧି ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।
ବର୍ତ୍ତମାନ ସମୟରେ ଗର୍ଭବତୀ ମହିଳା, ପ୍ରସୂତି, ଶିଶୁ, ଭିନ୍ନକ୍ଷମ ଓ ବୟସ୍କ ଲୋକମାନଙ୍କ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବା ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଜୀବନ ଜୀବିକା ଏବଂ ଅର୍ଥନୈତିକ ପୁନରୁଦ୍ଧାର ସମ୍ପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମନରେଗା ଏବଂ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଅଧିକ ବ୍ୟାପକ କରାଯିବା ଦରକାର । ବିଭିନ୍ନ ବିଭାଗମାନେ ସେମାନଙ୍କ ଅଧିନରେ ଯେପରି ଅଧିକରୁ ଅଧିକ ଲୋକଙ୍କୁ କାମ ଯୋଗାଇ ଦେଇପାରିବେ, ସେଥିପାଇଁ ଯୋଜନା କରିବାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଗ୍ରାମ୍ୟ ଅର୍ଥନୀତିକୁ ଅଧିକ ସଶକ୍ତ କରିବା ପାଇଁ ଅଧିକ ପା=ି ଯୋଗାଇ ଦିଆଯିବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।
ସ୍ୱାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀମାନଙ୍କ ପାଇଁ ପିପିଇ ଏବଂ ଅନ୍ୟ ମେଡିକାଲ ଉପକରଣ ଯୋଗାଣ ସୁନିଶ୍ଚିତ କରିବା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।
କୃଷି ଅର୍ଥନୀତିକୁ ଅଧିକ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଖୁବ୍ ଶୀଘ୍ର ତିନୋଟି ଅଧ୍ୟାଦେଶ ଆଣିବେ ବୋଲି ବୈଠକରୁ ଜଣାଯାଇଛି । ବର୍ତ୍ତମାନ ରବି ଧାନ ଅମଳ କାର୍ଯ୍ୟକ୍ରମ ମଧ୍ୟ ଆରମ୍ଭ ହୋଇସାରିଛି । ସାର, ବିହନ ଏବଂ ଅନ୍ୟାନ୍ୟ ଜରୁରୀ କୃଷି ଉପକରଣ ଯୋଗାଣ ଆରମ୍ଭ କରାଯାଇଛି । ଚାଷୀମାନଙ୍କ ପାଇଁ ହେଲ¬୍ ଲାଇନ ମଧ୍ୟ କାର୍ଯ୍ୟ କରୁଛି । ମତ୍ସ୍ୟ ଚାଷ, କୁକୁଡା ଚାଷ, ଉଦ୍ୟାନ କୃଷି, ଗୋପାଳନ ଆଦି କାର୍ଯ୍ୟକ୍ରମ ମଧ୍ୟ ସନ୍ତୋଷଜନକ ରହିଛି ।
ସ୍ୱୟଂ ସହାୟକ ଗୋଷ୍ଠୀମାନେ କୋଭିଡ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଛନ୍ତି ବୋଲି ମିଶନ ଶକ୍ତି ନିର୍ଦ୍ଦେଶିକା ସୂଚନା ଦେଇଥିଲେ । ମିଶନ ଶକ୍ତିର ମହିଳାମାନେ ୫୦ ଲକ୍ଷରୁ ଅଧିକ ମାସ୍କ ପ୍ରସ୍ତୁତ କରିଥିବା ବେଳେ ସେଥିରୁ ୪୬ ଲକ୍ଷରୁ ଅଧିକ ମାସ୍କ ବଣ୍ଟନ କରାଯାଇଛି । ସେହିପରି ମାଗଣା ରନ୍ଧା ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ଦେଇ ୧.୬ କୋଟି ମିଲ୍ ଯୋଗାଇ ଦେଇଛନ୍ତି । ଏହାସହିତ ସେମାନେ ହସ୍ପିଟାଲ ଖାଦ୍ୟ ଯୋଗାଣ କାର୍ଯ୍ୟକ୍ରମ, ମାଛ ଚାଷ, କୃଷି, ପରିବାରଗୁଡ଼ିକୁ ସିଧାସଳଖ ରାସନ ଯୋଗାଣ ଆଦି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି । ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ୩୦୦ କୋଟି ଟଙ୍କାର ସୁଧମୁକ୍ତ ଋଣ ଦିଆଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା ।
ବିଭିନ୍ନ କ୍ଷେତ୍ରରେ ଶ୍ରମଭିତ୍ତିକ କାର୍ଯ୍ୟକ୍ରମକୁ ଜୋରଦାର କରିବା ପାଇଁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା । ଜଳସମ୍ପଦ, ଗ୍ରାମ୍ୟ ଉନ୍ନୟନ, ପୂର୍ତ୍ତ ଓ ଜଙ୍ଗଲ ବିଭାଗ ପକ୍ଷରୁ ଏ ଦିଗରେ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ବୋଲି ବୈଠକରେ ସୂଚନା ଦିଆଯାଇଥିଲା । ଆଗାମୀ ଏକ ମାସରେ ଦିନକୁ ଏକ ଲକ୍ଷ ଲୋକଙ୍କୁ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ନିୟୋଜିତ କରାଯିବ ବୋଲି ସୂଚନା ଦିଆଯାଇଥିଲା ।
କୋଭିଡ୍-୧୯ ସଂଗ୍ରାମକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ କ୍ୱାରାଣ୍ଟାଇନ୍ରେ ରହିଥିବା ଶ୍ରମଜୀବୀମାନଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ ଭାବେ କାର୍ଯ୍ୟ କରିବା ପାଇଁ ତାଲିମ ପ୍ରଦାନ କରାଯାଉଛିା ଏହା ବ୍ୟତୀତ ନିର୍ଘଣ୍ଟ ଅନୁସାରେ ସେମାନଙ୍କୁ ମଧ୍ୟ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ନିୟମିତ ଭାବରେ ବିଭିନ୍ନ ବ୍ୟୟାମରେ ସାମିଲ କରାଯାଉଛିା ଏହି ଉଦ୍ୟମକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତିା
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁସାରେ କୋଭିଡ୍-୧୯ ସଙ୍କଟ ସମୟରେ ରାଜ୍ୟର ୧୭ ଲକ୍ଷ ପଞ୍ଜୀକୃତ ନିର୍ମାଣ ଶ୍ରମିକଙ୍କୁ ୧୫୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯାଉଛିା ବର୍ତ୍ତମାନ ସୁଦ୍ଧା ୨୫୫ କୋଟି ଟଙ୍କାର ସହାୟତା ନିର୍ମାଣ ଶ୍ରମିକମାନଙ୍କୁ ଦିଆଯାଇଛିା ସହାୟତା ରାଶି ସେମାନଙ୍କ ଘରେ ପହଞ୍ଚାଇ ଦିଆଯାଉଛିା
ଦେଶର ବିଭିନ୍ନ ରାଜ୍ୟରେ ରହିଥିବା ଓଡ଼ିଆ ଭାଉଭଉଣୀମାନେ ଦୈନିକ ଓଡ଼ିଶା ଫେରୁଛନ୍ତିା ଆଜି ୮୭୬୧ ଜଣ ଓଡ଼ିଆ ଭାଉଭଉଣୀ ଓଡ଼ିଶାରେ ପହଞ୍ଚିଛନ୍ତିା ଏ ପର୍ଯ୍ୟନ୍ତ ବାହାର ରାଜ୍ୟଗୁଡ଼ିକରୁ ଓଡ଼ିଶାକୁ ୭୬,୨୩୪ ଜଣ ଫେରିଛନ୍ତିା ସେମାନେ ବସ୍, ଟ୍ରେନ୍ ଓ ଅନ୍ୟ ଯାନବାହନରେ ଆସିଛନ୍ତିା
କୋଭିଡ୍-୧୯ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ କ୍ୱାରାଣ୍ଟାଇନ୍ ସ୍ୱାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ ୧୪,୬୪୭ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ସ୍ଥାପିତ ହୋଇଛିା ଏଥିରେ ମୋଟ ୫,୮୨,୯୪୧ ଶଯ୍ୟାର ବ୍ୟବସ୍ଥା କରାଯାଇଛିା
ଆଜି ରାଜ୍ୟର ୪୮୨୩ ଗ୍ରାମ ପଞ୍ଚାୟତରେ ୩,୧୭,୧୦୫ ଜଣ ନିରାଶ୍ରୟ ଓ ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛିା ସେହିପରି ୧୧୪ ଟି ପୌରାଞ୍ଚଳରେ ୩୫,୭୮୪ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛିା
ରାଜ୍ୟରେ କୋଭିଡ୍-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ମଇ ୧୧ରୁ ମଇ ୧୨ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୧୮ଟି ମାମଲା ଦାୟର କରାଯାଇଛିା ସେଥିରୁ ୧୫ଟି ମାମଲା ଲକ୍ ଡାଉନ୍ ସଂପର୍କିତ ହୋଇଥିବାବେଳେ ୨ଟି ହୋମ୍ କ୍ୱାରାଣ୍ଟାଇନ୍ ଉଲ୍ଲଂଘନ ଏବଂ ୧ଟି ଅନ୍ୟାନ୍ୟ କାରଣ ପାଇଁ ଅଟୋ ବିଭିନ୍ନ ଅଭିଯୋଗରେ ୩୫ ଜଣଙ୍କୁ ଗିରଫ କରାଯାଇଛି ।
ସର୍ବଶେଷ ସ୍ୱାସ୍ଥ୍ୟ ସୂଚନା
ଗତକାଲି ମଧ୍ୟରାତ୍ରି ସୁଦ୍ଧା ଓଡ଼ିଶାରେ ୬୮,୦୫୭ଟି ନମୁନା କୋଭିଡ୍-୧୯ ପରୀକ୍ଷା କରାଯାଇଛିା
ବର୍ତ୍ତମାନ ସୁଦ୍ଧା ସମୁଦାୟ ୪୩୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତିା
୮୫ ଜଣ ରୋଗୀ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି/ଡାକ୍ତରଖାନାରୁ ଫେରିଛନ୍ତିା
୩ ଜଣ କୋଭିଡ୍-୧୯ ରୋଗୀଙ୍କର ମୃତୁ୍ୟ ହୋଇଛିା
ସକି୍ରୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୪୯ ରହିଛିା
୪୯୪ ଜଣ ହସ୍ପିଟାଲ୍ ଆଇସୋଲେସନ୍ରେ ଅଛନ୍ତିା