Odisha news

ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ଅପରାହ୍ନରେ ପରଲୋକ

0

କଟକ : ସମାଜସେବୀ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କର ବୁଧବାର ଅପରାହ୍ନରେ ପରଲୋକ ଘଟିଛି। କରୋନା ଆକ୍ରାନ୍ତ ହେବାପରେ ଦୀର୍ଘ ୨୦ ଦିନ ଧରି ସେ କଟକ ବଡ ଡାକ୍ତରରେ ଚିକିତ୍ସିତ  ହେଉଥିଲେ।

ପଦ୍ମଶ୍ରୀ ଡି. ପ୍ରକାଶ ରାଓ ଗତ ୨୫ ତାରିଖରେ ଅସୁସ୍ଥ ହୋଇପଡ଼ିଥିଲେ। ଜିଲା ପ୍ରଶାସନ ପକ୍ଷରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଶ୍ୱାସକ୍ରିୟାରେ ସମସ୍ୟା ହେଉଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଥିଲା। ଅକ୍ସିଜେନ ଲେବୁଲ କମ୍‌ ରହୁଥିବାରୁ ତାଙ୍କୁ ଅକ୍ସିଜେନ ସପୋର୍ଟ ଦିଆଯାଇଥି​ଲା​‌। ତାଙ୍କ ଚିକିତ୍ସା ପାଇଁ ଏକ ସ୍ବତନ୍ତ୍ର ଡାକ୍ତରୀଦଳ ଗଠନ କରାଯାଇଥିଳା।

ସୂଚନାଯୋଗ୍ୟ, ବକ୍ସିବଜାରରେ ଚା’ ଦୋକାନ କରିବା ସହ ବସ୍ତିବାସିନ୍ଦାଙ୍କ ପିଲାଙ୍କୁ ପାଠ ପଢ଼ାଉଥିଲେ ପ୍ରକାଶ ରାଓ। ଏହାପରେ ନିଜ ଉଦ୍ୟମରେ ସ୍କୁଲଟିଏ କରିବା ସହ ନିଜ ରୋଜଗାର ଟଙ୍କା ଖର୍ଚ୍ଚ କରି ପିଲାଙ୍କ ଯତ୍ନ ଓ ପଢ଼ା ଖର୍ଚ୍ଚ ବହନ କରୁଥିଲେ। ସମାଜ ସେବା ପାଇଁ ପ୍ରକାଶଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା।

Nalco
Leave A Reply