କଟକ,୩ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି ୧ମ ମ୍ୟାଚ୍ରେ ତେଲୁଗୁ ୟୋଦ୍ଧାସ, ମୁମ୍ବାଇ ଖିଲାଡିସକୁ ୪୦-୨୨ ପଏଂଟ୍ରେ ପରାଜିତ କରିଛି l ଏହା ଚଳିତ ସିଜନରେ ସବୁଠାରୁ ବଡ ମାର୍ଜିନରେ ହାସଲ କରାଯାଇଥିବା ବିଜୟ ଅଟେ । ଏହି ବିଜୟ ସହିତ ତେଲୁଗୁ ୟୋଦ୍ଧାସ୍, ଗୁଜରାଟ ଜିଆଂଟ୍ସକୁ ପଛରେ ପକାଇ ୧ମ ସ୍ଥାନକୁ ଉନ୍ନୀତ ହୋଇଛି । ଆଜିର ମ୍ୟାଚ ତେଲୁଗୁ ୟୋଦ୍ଧାସ ପାଇଁ ଦଳଗତ ପ୍ରୟାସ ଥିଲା ଯେଉଁଥିରେ ୬ ଜଣ ଖେଳାଳି ଦଳର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥିଲେ । ଅନ୍ୟପକ୍ଷରେ ମୁମ୍ବାଇ ଖିଲାଡିସ ପାଇଁ ଏହା ୫ମ ପରାଜୟ ଥିଲା । ଆସନ୍ତାକାଲି (ଗୁରୁବାର) ତେଲୁଗୁ ୟୋଦ୍ଧାସ, ଚେନ୍ନାଇ କ୍ୱିକ ଗନ୍ସ ବିରୋଧରେ ଏବଂ ଗୁଜରାଟ ଜିଆଂଟ୍ସ, ରାଜସ୍ଥାନ ୱାରିୟର୍ସ ବିରୋଧରେ ପ୍ରତିଦ୍ୱନ୍ଦିତା କରିବ ।
ଖୋ ଖୋ ଫେଡେରେଶନ ଅଫ୍ ଇଣ୍ଡିଆ ସହ ସହଭାଗିତାରେ ଅମିତ ବର୍ମନ୍ଙ୍କ ଦ୍ୱାରା ପରିକଳ୍ପିତ ଅଲ୍ଟିମେଟ୍ ଖୋ ଖୋ ପ୍ରଥମ ସଂସ୍କରଣରେ ଏକ ବଡ ସଫଳତାରେ ପରିଣତ ହୋଇଥିଲା, ଯାହାକି ଟେଲିଭିଜନ ଭ୍ୟୁୟର୍ସିପ୍ ଦୃଷ୍ଟିରୁ ଭାରତର ୩ୟ ସର୍ବବ୍ୟହତ୍ ଅଣ-କ୍ରିକେଟ୍ ଲିଗ୍ ଭାବେ ଉଭା ହୋଇଛି । ଏହା ୟୁକେ ସ୍ଥିତ ବିଏନ୍ପି ଗ୍ରୁପ୍ ସୌଜନ୍ୟରେ ଏହା ସିରିଜ୍ ଏ ଫଣ୍ଡିଙ୍ଗ୍ ପ୍ରାପ୍ତ କରିଥିବା ପ୍ରଥମ ଇଣ୍ଡିଆନ୍ ସ୍ପୋର୍ଟସ୍ ଲିଗ୍ ହେବାର ସ୍ୱତନ୍ତ୍ରତା ହାସଲ କରିଥିଲା । ଏହାର ୨ୟ ସଂସ୍କରଣରେ ପଏଂଟ ବ୍ୟବସ୍ଥାରେ ଏକସମାନତା ପ୍ରଚଳନ କରାଯାଇଛି ଯେଉଁଥିରେ ଦଳଗୁଡ଼ିକୁ ସମସ୍ତ ଆକ୍ରମଣାତ୍ମକ ପଦକ୍ଷେପ ପାଇଁ ଦୁଇ ପଏଂଟ ଦାୟୀ କରାଯିବ । ସେହିପରି ପ୍ରତିଦିନ ସନ୍ଧ୍ୟା ୭ଟା ୩୦ ମିନିଟ୍ରୁ ଆରମ୍ଭ ହେଉଥିବା ଦୁଇଟି ମ୍ୟାଚ୍ର ଲାଇଭ୍ କଭରେଜ ସହିତ ସିଜନ୍ ୨ର ଉତ୍ସାହଜନକ ଆକ୍ସନ ସୋନି ସ୍ପୋର୍ଟସ୍ ନେଟ୍ୱର୍କର ଚ୍ୟାନେଲ ଓ ସୋନି ଲିଭ୍ରେ ଟେଲିକାଷ୍ଟ ବା ପ୍ରସାରିତ ହେବ ।
ଆଜିର ୧ମ ମ୍ୟାଚରେ ତେଲୁଗୁ ୟୋଦ୍ଧାସ ଦଳରେ ଅରୁଣ ଗୁଙ୍କି, ଅବଧୁତ ପାଟିଲ, ପ୍ରତୀକ ୱାଇକର, ଅଧିକାର ଗାନପୁଲେ, ରାହୁଲ ମଣ୍ଡଳ, ନିଖିଲ ବାଘେ, ମିଲିନ୍ଦ ଚାଭରେକର, ଆକାଶ ତୋଗାରେ, କିରଣ ଭାସାଭେ, ଧ୍ରୁବ, ପ୍ରସାଦ ରାଡ଼ି, ରୁଦ୍ର ଥୋପାଟେ, ପ୍ରେମ ରାଣ୍ଡିଭ, ବୈଭବ ନିପ୍ପାନେ, ସୌରଭ ଆଡଭାକର, ବିଜୟଭାଇ ଭେଗଡ଼, ଅନୁକୁଳ ସରକାର, ଏମ ଫନି କୁମାର, ମହାମଦ ଉଜେର ହାରୁନ ମୋମିନ୍, ମାତଲୁମ, ଲିପୁନ ମୁଖୀ, ଅର୍ଜୁନ ବିଶୁକର୍ମା, ପ୍ରସାଦ ପାଟିଲ, ବୋଜଜମ ରଂଜିତ୍ ଏବଂ ରଜତ ମଲ୍ଲିକ ଆଦି ସାମିଲ ଥିଲେ । ସେହିପରି ମୁମ୍ବାଇ ଖିଲାଡିସ ଦଳରେ ଗଜାନନ ସେଙ୍ଗଲ, ଶ୍ରୀଜେଶ ଏସ, ମହେଶ ସିନ୍ଦେ, ଅନିକେତ ପୋଟେ, ଶୁଭାଶିଷ ସାନ୍ତ୍ରା, ହୃଷିକେଶ ମୁର୍ଚାୱାଡେ, ରୋକେସନ ସିଂ, ପି ଶିବା ରେଡ୍ଡୀ, ଗୋବିନ୍ଦ ଯାଦବ, ଅଭିକ ସିଂହ, ମିଲିନ୍ଦ କୁର୍ପେ, ସୁନୀଲ ପାତ୍ର, ସୁଧୀର କୁମାର, ଏମଡି ଆଇମନ ପାଶା, ସାଗର ପୋତଦାର, ରୋହନ କୋରେ, କୋମଲ, ପାୱାର ସଚିନ, ଧୀରଜ ଭାବେ, ଦେବାଶିଷ, ଶିବା, ଅଜୟ କଶ୍ୟ, ପ୍ରୀତମ ଚୌଗୁଲେ, ସିବିନ ଏମ, ଅଭିଷେକ ପଥରୋଦେ ଏବଂ ପରମାର ରାହୁଲ ସାମିଲ ଥିଲେ ।