ଡାକ୍ତର ଦାମ ରାଉତଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ l କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ଲେଖିଛନ୍ତି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଦାମୋଦର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଦୀର୍ଘ ବର୍ଷ ଧରି ରାଜନୀତିରେ ସକ୍ରିୟ ରହି ଲୋକକଲ୍ୟାଣ କାର୍ଯ୍ୟରେ ନିଜକୁ ନିୟୋଜିତ କରିଥିଲେ। ତାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ପଷ୍ଟବାଦୀ ଓ ଅନୁଭବୀ ରାଜନେତାଙ୍କୁ ହରାଇଲା। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।
ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କ ଦେହାନ୍ତ ହୋଇଛି। ୮୧ ବର୍ଷ ବୟସରେ ଶୁକ୍ରବାର ସକାଳେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।