Odisha news

ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଶୋକ

0

ଭୁବନେଶ୍ୱର (ସୁଭେନ୍ଦ୍ର ପଟ୍ଟନାୟକ ): ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବର୍ଗତ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କହିଛନ୍ତି ଯେ, “ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବେ ମର୍ମାହତ। ଜଣେ ସୁଦକ୍ଷ ସଂଗଠକ ଓ ଅଭିଜ୍ଞ ରାଜନେତା ଭାବେ ସ୍ବର୍ଗତ ଦେବେନ୍ଦ୍ର ପ୍ରଧାନ ପରିଚିତ ଥିଲେ।

ଅଟଳ ବିହାରୀ ବାଜପେୟୀଙ୍କ ସରକାର ସମୟରେ ସେ ସଡ଼କ ପରିବହନ ଓ କୃଷି ମନ୍ତ୍ରୀ ଭାବେ କାର୍ଯ୍ୟ ତୁଲାଇ ଥିଲେ। ଜଣେ ନୀତିନିଷ୍ଠ ଜନ ପ୍ରତିନିଧି ଭାବରେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ଆମ ଦେଶ ଓ ରାଜ୍ୟ ଓଡ଼ିଶାର ପ୍ରଗତି ପାଇଁ ଅନେକ ଜନାଭିମୁଖୀ କାର୍ଯ୍ୟରେ ନିଜର ଯୋଗଦାନ ଦେଇଥିଲେ। ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗ ରାଜନୀତି ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ତାଙ୍କ ବିୟୋଗରେ ମୁଁ ଅମର ଆତ୍ମା ପ୍ରତି ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ଶୋକ ସନ୍ତପ୍ତ ପରିବାରବର୍ଗ ପ୍ରତି ମୋର ସମବେଦନା ଜ୍ଞାପନ କରୁଛି”,

Ad2
Leave A Reply