Odisha news

ଆଜିର ରାଶିଫଳ

0

ମେଷ : ଆୟ ଆଶାନୁରୂପ ହେବ। ଶ୍ରୀଚନ୍ଦ୍ର ଭୋଗ ହେତୁ ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସ୍ବାସ୍ଥ୍ୟ ଭଲ ରହିବ। ଚିନ୍ତାଧାରା ମହତ ହେବ। ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।

ବୃଷ : ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବା ଆଶା କରାଯାଏ। ପ୍ରତାରିତ ହେବାର ସୂଚନା ମିଳୁଛି। ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି। ବନ୍ଧୁ ବିରୋଧର ସମ୍ମୁଖୀନ ହେବେ। ମଧୁରଭାଷୀ ହେବେ। କର୍ମଚଞ୍ଚଳ ରହିବେ। ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ମିଥୁନ : ସୁସମ୍ବାଦ ପାଇ ଖୁସି ହେବେ। କର୍ମକ୍ଷେତ୍ର ଓ ସାମାଜିକ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହୀ ହେବେ। ସତ୍‌କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।

କର୍କଟ : ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। କର୍ମତତ୍ପରତା ପ୍ରକାଶ ପାଇବ। ଶୁଭ ଖବର ପାଇ ଉତ୍‌ଫୁଲ୍ଲିତ ହେବେ। କର୍ମକ୍ଷେତ୍ରରେ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ବିବାଦୀୟ ଘଟଣାରେ ବିଜୟୀ ହେବେ। ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ସିଂହ : ଅଧିକ କ୍ଷମତା ହାସଲ କରି ତା’ର ସଦ୍‌ବ୍ୟବହାର କରିବେ। କାର୍ଯ୍ୟର ସଫଳ ରୂପାୟନ କରିବାରେ ସକ୍ଷମ ହେବେ।ପ୍ରତିଯୋଗିତାରେ ବିଜୟୀ ହେବେ। ଅଜାତ ଶତ୍ରୁ ଓ ଧନବାନ୍‌ ହେବେ। ମହିଳା ସମାଜର ସାହାଯ୍ୟକାରୀ ହେବେ। ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

କନ୍ୟା : ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡ଼ିବ। କାର୍ଯ୍ୟରେ ସଫଳତା ଲାଭ କରିବେ। ଖର୍ଚ୍ଚାନ୍ତ ହେବା ଆଶା କରାଯାଏ। ମାନ୍ଦାଭାବ ଦେଖାଦେଇ ପାରେ। ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।

ତୁଳା : ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଅନେକ ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ର ଉଳମୟ କରିବାରେ ପାରଙ୍ଗମ ହେବେ। ଉତ୍ତମ ଭୋଜନ ମିଳିବ। ସ୍ନେହାଶିଷ ମିଳିପାରେ। ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ବିଛା : ସୁସମ୍ବାଦ ପାଇ ଶାନ୍ତ ହେବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ। ଶୁଭକାର୍ଯ୍ୟ କରିପାରନ୍ତି। ପାରିବାରିକ ଶାନ୍ତି ମିଳିବ। ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।

ଧନୁ : ଶୁଭ ଖବର ପାଇ ଖୁସି ହୋଇପାରନ୍ତି। ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ଅବଶ୍ୟ ମିଳିବ। ଅଧ୍ୟୟନରତ ହେବେ। ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ଦାତା ହୋଇପାରନ୍ତି। ଗୁଣବାନ୍‌, ଧନୀ ଓ ମାନୀ ହେବେ। ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ମକର : କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ମିଥ୍ୟା ଓ ଅମୁଳକ ଅଭିଯୋଗ ଆପଣଙ୍କ ନାମରେ ଆସିପାରେ। ବାଦାନୁବାଦ ଉପୁଜି ପାରେ। ପରିଶ୍ରମ ଯେତେ ଅଧିକ ହେଉନା କାହିଁକି; ତା’ର ମୂଲ୍ୟ ମିଳିବ। ବିଶାଳ ଯଶର ଅଧିକାରୀ ହେବେ। ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

କୁମ୍ଭ : ଶ୍ରମର ମୂଲ୍ୟାଙ୍କନ ହେବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। କାର୍ଯ୍ୟରେ ସଫଳତା ଲାଭ କରିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ଦେବ ଦର୍ଶନର ସୌଭାଗ୍ୟ ଅଛି। ସରକାରୀ ସ୍ତରରୁ ଲାଭବାନ୍‌ ହେବେ। ନୀତିରୁ ବିଚୁ୍ୟତ ହେବେ ନାହିଁ। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ମୀନ : ତ୍ୟାଗପୂତ ମନୋବୃତ୍ତି ଗ୍ରହଣ କରିପାରନ୍ତି। ନୀତିନିଷ୍ଠ ବ୍ୟକ୍ତିଭାବେ ସମ୍ମାନିତ ହେବେ। ଆଳସ୍ୟ ପରାୟଣ ହୋଇପାରନ୍ତି; ମାତ୍ର ଧନାଗମ ହେବାରେ କୌଣସି ବାଧା ଉପୁଜିବ ନାହିଁ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହେବେ। ସହିଷ୍ଣୁ ହେବେ। ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮

Leave A Reply