ହିଞ୍ଜିଳିକାଟୁ ପୌର ପରିଷଦର ନବନିର୍ବାଚିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷା ବୁଧବାର ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ବାସ ଭବନ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ସଚିବ ଭି.କେ ପାଣ୍ଡିୟାନଙ୍କୁ ସାକ୍ଷାତ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଜସ୍ୱ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିର ପ୍ରାଣକେନ୍ଦ୍ର, ଗଞ୍ଜାମ ଜିଲ୍ଲାର ଦ୍ଵିତୀୟ ବୃହତ୍ତମ ସହର ତଥା ଏକ ମାତ୍ର ପୌର ପରିଷଦ ହିଞ୍ଜିଳିକାଟୁ ପୌରପରିଷଦର ନବ ନିର୍ବାଚିତ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲାଇ ଓ ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା ଭୁବନେଶ୍ୱର ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି। ନିର୍ବାଚିତ ହେବା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିବାରୁ ମୁଖ୍ୟମନ୍ତ୍ରୀ ଉଭୟଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ। ରାଜ୍ୟର ଅନ୍ୟାନ୍ୟ ବହୁ ପୌର ପରିଷଦର ଅଧ୍ୟକ୍ଷ ଓ ଉପାଧ୍ୟକ୍ଷଙ୍କ ସହ ମୁଖ୍ୟମନ୍ତ୍ରୀ ସାମୂହିକ ଅଲୋଚନା କରିଥିଲେ। ଜନସାଧାରଣଙ୍କ ନିକଟରେ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ରାସ୍ତା, ବିଜୁଳି ଆଦି ବହୁ ମୌଳିକ ଆବଶ୍ୟକତାର ସହଜ ଉପଲବ୍ଧତା ବାବଦରେ ସେ ଗୁରୁତ୍ୱ ପ୍ରଦାନ କରିଥିଲେ। ତା’ ଛଡ଼ା ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଣୀତ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଗୁଡିକୁ ସାଧାରଣ ବ୍ୟକ୍ତି ଯାଏଁ ପହଞ୍ଚାଇବା ଏବଂ ସହରର ସାମଗ୍ରିକ ବିକାଶ ଉପରେ ଗୁରୁତ୍ତ୍ଵାରୋପ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବ ନିର୍ବାଚିତ ପୋୖରାଧ୍ୟକ୍ଷ ଓ ଉପାଧ୍ୟକ୍ଷ ମାନଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିଥିଲେ।