ସମ୍ବଲପୁର, ୧ ସେପ୍ଟେମ୍ବର – ଆଜି ଅପରାହ୍ନ ୪ଟା ସୁଦ୍ଧା ହୀରାକୁଦ ଡ଼୍ୟାମ୍ ର ମୋଟ୍ ୨୪ଟି ସ୍ଲୁଇସ୍ ଗେଟ୍ ଦେଇ ମହାନଦୀକୁ ବନ୍ୟା ଜଳ ନିଷ୍କାସନ ଜାରୀ ରହିଛି । ଡ଼୍ୟାମ୍ ର ବାମ ପାଶ୍ୱର୍ ଡାଇକ୍ ରେ ୧୫ଟି ଏବଂ ଡ଼ାହାଣ ପାଶ୍ୱର୍ ଡାଇକ୍ ର ୯ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରୀ ରହିଛି । ଜଳ ଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୩ ଲକ୍ଷ ୬୫ ହଜାର ୭୭୭ ଘନଫୁଟ୍ ଜଳ ପ୍ରବେଶ କରୁଛି । ସେହି ସମୟରେ ମୋଟ୍ ୨୪ଟି ସ୍ଲୁଇସ୍ ଗେଟ୍ ଓ ଅନ୍ୟାନ୍ୟ ପାୱାର ଚାନେଲ ଦେଇ ପ୍ରତି ସେକେଣ୍ଡରେ ୪ ଲକ୍ଷ ୩ ହଜାର ୮୯୬ ଘନଫୁଟ୍ ରୁ ଉର୍ଦ୍ଧ୍ୱ ଜଳ ମହାନଦୀକୁ ଛଡାଯାଉଛି । ବନ୍ଧର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ଜଳ ଭଣ୍ଡାରର ଜଳସ୍ତର ୬୨୫.୬୯ ଫୁଟ୍ ରହିଛି ।
