Odisha news

ରାଜ୍ୟ ସରକାର କଲେ ଆଇଏଏସ୍ ସ୍ତରରେ ଅଦଳବଦଳ : ୫ ଆଇଏଏସ୍‌ ହେଲେ ଉପଜିଲ୍ଲାପାଳ

0

ଭୁବନେଶ୍ୱର: ଆଇଏଏସ୍ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ଓଡ଼ିଶା କ୍ୟାଡ଼ରର ୨୦୧୭ ବ୍ୟାଚର ୫ଜଣ ଆଇଏଏସଙ୍କୁ ଉପଜିଲ୍ଲାପାଳ ଭାବେ ମିଳିଲା ନିଯୁକ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୭ ବ୍ୟାଚ୍ ଆଇଏଏସ୍ ସୋମେଶ କୁମାର ଉପାଧ୍ୟାୟଙ୍କୁ ଟିଟିଲାଗଡ଼ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି।

ସେ ଅତିରିକ୍ତ ଭାବେ ଟିଟିଲାଗଡ଼ ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ତୁଲାଇବେ। ସେ ଏବେ ଓମଫେଡ୍ ସିଜିଏମ୍ ସହ ହକି ପ୍ରୋମୋସନ୍ କାଉନସିଲ ସିଇଓ ଭାବେ କାର୍ଯ୍ୟ କରୁଥିଲେ।

ସେହିପରି ଟିଏସ୍ ଦିବାକରଙ୍କୁ ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ଧର୍ମଗଡ଼ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଏବେ ସେ ଓକାକ୍ ଓଏସଡି ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି ୨୦୧୭ ବ୍ୟାଚ୍ ଆଇଏଏସ୍ ହେମକାନ୍ତ ସଏଙ୍କୁ ଜୟପୁର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ଜୟପୁର ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଶ୍ରୀ ସଏ ଏବେ ଓଡ଼ିଶା ପର୍ଯ୍ୟଟନ ବିକାଶ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି ୨୦୧୭ ବ୍ୟାଚ୍ ଆଇଏଏସ୍ ପି ଅନ୍ୱେଷା ରେଡ୍ଡୀଙ୍କୁ ବାରିପଦା ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ଭାବେ ବାରିପଦା ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରିବେ।

ସେହିପରି ପାଟିଲ ଆଶୀଷ ଈଶ୍ୱରଙ୍କୁ ବାଲେଶ୍ୱର ଉପଜିଲ୍ଲାପାଳ ଭାବେ ବଦଳି କରାଯାଇଛି। ସେ ବାଲେଶ୍ୱର ମ୍ୟୁନିସପାଲଟିର କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ ଏବେ ଗ୍ରୀଡକୋ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି।

Leave A Reply