Odisha news

ଇମ୍ପାକ୍ଟ : ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକଙ୍କୁ ୪୧ତମ ଶାରଳା ପୁରସ୍କାର ପ୍ରଦାନ

0

ଭୁବନେଶ୍ୱର: ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକଙ୍କୁ ୪୧ତମ ଶାରଳା ପୁରସ୍କାର ପ୍ରଦାନ କରାଯିବ। ଶ୍ରୀ ନାୟକ ତାଙ୍କ କବିତା ସଂକଳନ ‘ସେତେବେଳକୁ ନଥିବ’ ନିମନ୍ତେ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଏହି ପୁସ୍ତକଟି ୨୦୧୭ ମସିହାରେ କଟକ ଫ୍ରେଣ୍ଡସ ପବ୍ଲିଶର ଦ୍ୱାରା ପ୍ରକାଶିତ ହୋଇଥିଲା। ପୁରସ୍କାର ବାବଦରେ ଶ୍ରୀ ନାୟକଙ୍କୁ ୫ଲକ୍ଷ ଟଙ୍କା ସହ ମାନପତ୍ର ପ୍ରଦାନ କରାଯିବ। ସେହିପରି ଇଲା ପଣ୍ଡା ସଙ୍ଗୀତ ସମ୍ମାନ ପାଇଁ ରଞ୍ଜିତ କୁମାର ନାଗ ଏବଂ ଇଲା ପଣ୍ଡା ଚିତ୍ରକଳା ସମ୍ମାନ ଲାଗି ଶ୍ୟାମସୁନ୍ଦର ପଟ୍ଟନାୟକଙ୍କୁ ମନୋନୀତ କରାଯାଇଛି। ପୁରସ୍କାର ସ୍ୱରୂପ ଉଭୟଙ୍କୁ ଦେଢ ଲକ୍ଷ ଟଙ୍କା ଲେଖାଏଁ ପ୍ରଦାନ କରାଯିବ।

କୋଭିଡ କଟକଣାକୁ ଆଖିରେ ରଖି ଚଳିତ ବର୍ଷ ପୁରସ୍କାର ସମାରୋହ ଆୟୋଜନ କରାନଯାଇ ବ୍ୟକ୍ତିଗତ ଭାବେ ପ୍ରଦାନ କରାଯିବ। ପ୍ରକାଶ ଥାଉ କି, ଓଡିଶାର ବିଶିଷ୍ଟ ଶିଳ୍ପପତି ସ୍ୱର୍ଗତ ଡଃ ବଂଶୀଧର ପଣ୍ଡା ଏବଂ ସ୍ୱର୍ଗତ ଇଲା ପଣ୍ଡାଙ୍କ ଦ୍ୱାରା ପ୍ରତିଷ୍ଠିତ ଶାରଳା ପୁରସ୍କାର ଇମ୍ଫା ଦ୍ୱାରା ପରିଚାଳିତ ଇଣ୍ଡିଆନ ମେଟାଲସ୍ ଆଣ୍ଡ୍ ପବ୍ଳିକ୍ ଚାରିଟେବଲ୍ ଟ୍ରଷ୍ଟ୍ (ଇମ୍ପାକ୍ଟ୍) ଆନୁକୂଲ୍ୟରେ ୧୯୮୦ ମସିହାଠାରୁ ପ୍ରତିବର୍ଷ ପ୍ରଦାନ କରାଯାଇଆସୁଅଛି।

Nalco
Leave A Reply