Odisha news

ସାରା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା , ମୌସୁମୀ ୧୧ରୁ ୧୨ ତାରିଖ ମଧ୍ୟରେ ଓଡ଼ିଶା ଛୁଇଁପାରେ

0

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଆଜି ଦକ୍ଷିଣ ଓଡ଼ିଶା ଓ ଆସନ୍ତାକାଲି ସାରା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି।

କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। କାଲିଠୁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କିନ୍ତୁ ୧୩ ତାରିଖରୁ ବର୍ଷାର ପରିମାଣ କମିବ।

ଆସନ୍ତାକାଲିଠୁ ୧୨ ତାରିଖ ମଧ୍ୟରେ ମୌସୁମୀ ଓଡ଼ିଶା ଛୁଇଁପାରେ। ମୌସୁମୀ ୧୧ରୁ ୧୨ ତାରିଖ ମଧ୍ୟରେ ଓଡ଼ିଶା ଛୁଇଁପାରେ ଏବଂ ୧୭ ତାରିଖ ବେଳକୁ ସମଗ୍ର ଓଡ଼ିଶା ଛୁଇଁବ ବୋଲି ଆକଳନ କରାଯାଇଛି।

IEC 2 years
Leave A Reply