Odisha news

ମୁଖ୍ୟମନ୍ତ୍ରୀ କାଳିଆ କିସ୍ତିରେ ପ୍ରତି ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ ପଠାଇବା ପରେ ୫ ଜଣ ଚାଷୀଙ୍କ ସହ କଥା ହେଲେ

ଭୁବନେଶ୍ବର: କାଳିଆ ଟଙ୍କା ପଠାଇବା ପରେ ଚାଷୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ମୁଖ୍ୟମନ୍ତ୍ରୀ କାଳିଆ କିସ୍ତିରେ ପ୍ରତି ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ ପଠାଇବା ପରେ ୫ ଜଣ ଚାଷୀଙ୍କ ସହ କଥା ହୋଇଛନ୍ତି । ସେମାନଙ୍କ ଭିତରେ ସୁନ୍ଦରଗଡ, ବରଗଡ, ନବରଙ୍ଗପୁର, ନୟାଗଡ ଓ ମୟୂରଭଞ୍ଜର ଜଣେ ଲେଖାଏଁ ଚାଷୀ ଅଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ୨୦୦୦ ଟଙ୍କା ଲେଖାଏଁ କାଳିଆ ସହାୟତା ପ୍ରଦାନ କରିଛନ୍ତି। ସମୁଦାୟ ୧୨୭୨ କୋଟିରୁ ଅଧିକ ଟଙ୍କା ପ୍ରଦାନ କରାଯାଇଛି। ଏହି ଟଙ୍କା ଚାଷୀମାନଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ ଯେ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀ ମାନଙ୍କୁ କୃଷି ଓ ଆନୁଷାଙ୍ଗିକ କାର୍ଯ୍ୟରେ ସହାୟତା କରିବା ପାଇଁ ୨୦୧୯ ମସିହାରେ କାଳିଆ ଯୋଜନା ଆରମ୍ଭ ହୋଇଥିଲା । ଏହି ଯୋଜନା ଆଜି ଜାତୀୟ ସ୍ତରରେ ଏକ ଆଦର୍ଶ ଯୋଜନା ହୋଇପାରିଛି । ବିଶ୍ୱବ୍ୟାଙ୍କ ତଥ୍ୟ ଅନୁଯାୟୀ କାଳିଆ ଯୋଜନା କାର୍ୟ୍ୟକାରୀ ହେବା ପରେ ପୂର୍ବ ବର୍ଷ ଅପେକ୍ଷା ଚାଷୀ ମାନଙ୍କ ଋଣ ଭାର ଅପେକ୍ଷାକୃତ କମିପାରିଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ‘ମୁଁ ଚାହେଁ, ମୋ ରାଜ୍ୟର ଚାଷୀ ତାର ଉତ୍ପାଦିତ ଜିନିଷର ଉଚିତ୍‌ ମୂଲ୍ୟ ପାଉ। ମୁଁ ଚାହେଁ, ଚାଷୀର ରୋଜଗାର ବଢୁ

Govt

Comments are closed.